ସାଲେପୁର : ବସ-ଟ୍ରକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୪୦ ଜଣ ଆହତ ହୋଇଛନ୍ତି । ନିଶ୍ଚିନ୍ତ କୋଇଲି କଟରପଡା ଛକ ନିକଟରେ ଦୁର୍ଘଟଣା । କେନ୍ଦ୍ରାପଡାରୁ କଟକ ଆସୁଥିବା ବେଳେ ଦୁର୍ଘଟଣା । ଆହତ ୪୦ ଜଣ ନିଶ୍ଚିନ୍ତ କୋଇଲି ହସ୍ପିଟାଲରେ ଭର୍ତ୍ତି । ଘନ କୁହୁଡି ଯୋଗୁଁ ଦୁର୍ଘଟଣା ହୋଇଥିବା କହିଛନ୍ତି ପ୍ରତ୍ୟକ୍ଷଦର୍ଶୀ । ଚାନ୍ଦବାଲିରୁ ଆସୁଥିବା ମନୋରମା ବସ୍ ଓ କଟକ ଆଡୁ ଯାଉଥିବା ଦଶ ଚକିଆ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି । ଯେଉଁମାନଙ୍କ ମଧ୍ୟରେ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତିର୍ କରାଯାଇଛି । କିଛି ଜଣଙ୍କ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣାଗ୍ରସ୍ତ ହୋଇଥିବା ମନୋରମା ବସରେ ମୋଟ ୬୦ ଜଣ ଯାତ୍ରୀ ଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି । ବସ୍ ଭିତରେ ୪ ଜଣ ଫଶି ରହିଥିବା ବେଳେ ସମସ୍ତଙ୍କୁ ଉଦ୍ଧାର କରାଯାଇଛି । ଗ୍ୟାସ୍ କଟର ଜରିଆରେ ବସକୁ କାଟି ଗୁରୁତରଙ୍କୁ ଉଦ୍ଧାର କରାଯାଇଛି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାରେ ସ୍ଥାନୀୟ ଲୋକ ଦେବଦୂତ ସାଜି ସହଯୋଗ କରିଥିଲେ ଏବଂ ଆହତ ମାନଙ୍କୁ ଉଦ୍ଧାର କରିଥିଲେ ।
କାଳ ହେଲା କୁହୁଡି, ବସ-ଟ୍ରକ ଧକ୍କା; ୪୦ ଆହତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











