କାଶ୍ମୀର : ପହଲଗାମ ହମଲା ପରେ କାଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ । ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ । ଏୟାର ଇଣ୍ଡିଆ ପକ୍ଷରୁ ସ୍ୱତନ୍ତ୍ର ବିମାନ ବ୍ୟବସ୍ଥା । ପହଲଗାମର ବୈସରନ ଘାଟିରେ ମଙ୍ଗଳବାର ଦିନ ୨.୪୫ ରେ ହୋଇଥିବା ଆତଙ୍କୀ ଆକ୍ରମଣରେ ୨୦ ରୁ ଅଧିକ ପର୍ୟ୍ୟଟକ ଆହତ ହୋଇଥିବାର ସୂଚନା ଆସୁଛି । ଦ ରେଜିଷ୍ଟାନ୍ସ ଫ୍ରଣ୍ଟ ଅର୍ଥାତ୍ TRF ଏହି ଆକ୍ରମଣର ଦାୟିତ୍ବ ନେଇଛି । ଗୁଳି ବିନିମୟ ପରେ ଆତଙ୍କବାଦୀମାନେ ଘଟଣାସ୍ଥଳରୁ ଖସି ପଳାଇଥିଲେ । ଗୁଇନ୍ଦା ସୂତ୍ରରୁ ଜଣାପଡିଛି ଯେ ପହଲଗାମ ଆକ୍ରମଣରେ ୨ ଜଣ ପାକିସ୍ତାନୀ ଆତଙ୍କବାଦୀ ଏବଂ ୨ ଜଣ ସ୍ଥାନୀୟ ଆତଙ୍କବାଦୀ ସାମିଲ୍ ଥିଲେ । ପର୍ୟ୍ୟଟକଙ୍କ ଉପରେ ଆତଙ୍କୀଙ୍କ ଆକ୍ରମଣ ଖବର ପାଇବା ମାତ୍ରେ ପ୍ରଧାନମନ୍ତ୍ରୀ ମୋଦୀ ସାଉଦି ଆରବର ୨ ଦିନିଆ ଗସ୍ତ ବାତିଲ୍ କରି ବୁଧବାର ସକାଳେ ଭାରତ ଫେରି ଆସିଛନ୍ତି । ଏହି ଆତଙ୍କୀ ଆକ୍ରମଣରେ ନେପାଳ ଏବଂ ୟୁଏଇର ନାଗରିକ ମଧ୍ୟ ପ୍ରାଣ ହରାଇଛନ୍ତି । ଏହାଛଡ଼ା ଜଣେ ଆଇବି ଅଫିସର ଏବଂ ଜଣେ ନୌସେନା ଅଧିକାରୀ ଲେଫ୍ଟିନାଣ୍ଟ୍ ବିନୟ ନରୱାଲଙ୍କୁ ମଧ୍ୟ ଆତଙ୍କୀ ଗୁଳି କରି ହତ୍ୟା କରିଛନ୍ତି ।
କାଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











