The Ultimate Managed Hosting Platform
ADVERTISEMENT

କାହାକୁ ସମର୍ଥନ ମାଗିନୁ-ମନମୋହନ

Facebook
Twitter
LinkedIn

ଭୁବନେଶ୍ୱର : ଅଶ୍ୱିନୀ ବୈଷ୍ଣବଙ୍କ ରାଜ୍ୟ ସଭା ପ୍ରାର୍ଥୀତ୍ୱକୁ ବିଜେଡିର ସମର୍ଥନ ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । ମନମୋହନ କହିଛନ୍ତି, ଆମ ପାଖରେ ପ୍ରସ୍ତାବକ ଅଛନ୍ତି, ଆମେ ପ୍ରାର୍ଥୀ ଦେଲୁ । କାହାକୁ ଆମେ ସମର୍ଥନ ମାଗି ନାହୁଁ । ବିଜେପି ରାଜ୍ୟସଭା ଲଢ଼ିବ ଏବଂ ଜିତିବ । ପଲିଟିକାଲ ସିନାରିଓରେ ଆମେ ଜିତିବୁ । ଏହାସହ ଅଶ୍ୱିନୀଙ୍କୁ ବିଜେଡି ସମର୍ଥନ ଦେବା ପରେ ମେଣ୍ଟ ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ ମନମୋହନ କହିଛନ୍ତି, କୌଣସି ମେଣ୍ଟ ହେବ ନାହିଁ । ବିଜେପି ଏକାକୀ ଲଢ଼ିବ । ସମର୍ଥନ କିଏ ଦବ ନ ଦେବ ତାହା ତାଙ୍କର ଦଳୀୟ କଥା । ମେଣ୍ଟ କଥା ସେଥିରେ କେଉଁଠୁ ଆସିଲା ? ସମର୍ଥନ ଆମେ ମାଗିନୁ, କିଏ ସମର୍ଥନ ଦେବ ଆମେ କଣ ମନା କରିବୁ । ସେମାନଙ୍କୁ ପଚାରନ୍ତୁ, ସେମାନେ କାହିଁକି ସମର୍ଥନ ଦେଲେ । ଆମେ ତ ସମର୍ଥନ ମାଗି ନାହୁଁ । କାହାରି ସମର୍ଥନ ଆମେ ଲୋଡ଼ିନୁ ବିଜେପି ଏକାକୀ ଲଢ଼ିବ । ଯଦି କାହାର ଲଢ଼ିବାର ଅଛି, ଆସନ୍ତାକାଲି ନାମାଙ୍କନପତ୍ର ଦାଖଲ କରନ୍ତୁ ଏବଂ ଲଢନ୍ତୁ । ଅଶ୍ୱିନୀ ବୈଷ୍ଣବଙ୍କ ରାଜ୍ୟ ସଭା ପ୍ରାର୍ଥୀତ୍ୱକୁ ବିଜେଡିର ସମର୍ଥନ ପରେ ନିର୍ବାଚନରେ କୌଣସି ପ୍ରଭାବ ପଡ଼ିବ ନାହିଁ । କାରଣ କର୍ମୀ ମୈଦାନକୁ ଓହ୍ଲାଇ ପଡିଲେଣି । ଲୋକେ ଚାହୁଁଛନ୍ତି ବିଜେପି ସରକାର କରିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login