The Ultimate Managed Hosting Platform
ADVERTISEMENT

କିଟ ଓ କିସ ପକ୍ଷରୁ “ସମସ୍ତଙ୍କ ପାଇଁ ଶିକ୍ଷା” ଲକ୍ଷ୍ୟ ନେଇ ଗଣଦୌଡ଼

Facebook
Twitter
LinkedIn

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ସଦରମହକୁମାଠାରେ କିଟ-କିସ ପକ୍ଷରୁ “ସମସ୍ତଙ୍କ ପାଇଁ ଶିକ୍ଷା” ଲକ୍ଷ୍ୟ ନେଇ ସ୍ଥାନୀୟ କଲେଜ ଛକ ଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ପର୍ୟ୍ୟନ୍ତ ଏକ ଗଣଦୌଡ଼ କରା ଯାଇଥିଲା । କଲେଜ ଛକ ଠାରେ ଏହି ଗଣଦୌଡ଼କୁ ପତାକା ହଲାଇ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ ଓ ଅତିରିକ୍ତ ଜିଲ୍ଲାପାଳ ଲଗ୍ନଜିତ ରାଉତ ଉଦଘାଟନ କରିଥିଲେ । ଶିକ୍ଷା ପିଲାମାନଙ୍କ ପାଇଁ ନିତ୍ୟାନ୍ତ ଜରୁରୀ ବୋଲି କହିଥିଲେ । ପରେ ଗଣଦୌଡ଼ କଲେଜ ଛକ ଠାରୁ ସହର ପରିକ୍ରମା କରି ଜିଲ୍ଲା ପାଳଙ୍କ କାର୍ଯ୍ୟଳୟ ପର୍ୟ୍ୟନ୍ତ ଅନୁଷ୍ଠିତ ହୋଇଥିଲା । ସେଠାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ ଯୋଗଦେଇ ପିଲାମାନଙ୍କୁ ଶିକ୍ଷାର ଉପକାରିତା ଉପରେ ବକ୍ତବ୍ୟ ରଖିଥିଲେ । ସମ୍ନାନିତ ଅତିଥିଭାବେ ପୂର୍ବତନ ପୋୖରାଧ୍ୟକ୍ଷ ମଧୁସୂଦନ ସାହୁ ଜିଲ୍ଲା ଆଥଲେଟିକ ଆସୋସିଏସନର ସଭାପତି ତଥା ବରିଷ୍ଠ ଆଇନୀଜୀବୀ ଦୋଳଗୋବିନ୍ଦ ଦାସ ,ବରିଷ୍ଠ ସାମ୍ବାଦିକ ବିଜୟ କୁମାର ସ୍ୱାଇଁ, ପ୍ରମୁଖ ଯୋଗଦେଇ କୀଟ କିସ ଦ୍ୱାରା ଆୟୋଜିତ ଏହି ଗଣଦୌଡର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦେଇଥିଲେ । ଅତିଥୀ ମାନଙ୍କୁ ଶୁଭଙ୍କର ଜେନା ଉତ୍ତରୀୟ ଓ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଶେଷରେ ଅତିଥିମାନଙ୍କ ଦ୍ୱାରା ସମସ୍ତ ଗଣଦୌଡ଼ରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସାର୍ଟିପିକେଟ ପ୍ରଦାନ କରାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login