The Ultimate Managed Hosting Platform
ADVERTISEMENT

କେନ୍ଦା ଘାଟିରେ ବସ୍ ଓଲଟି ୨ ମୃତ ,୪୦ ଆହତ

Facebook
Twitter
LinkedIn

ନୂଆଦିଲ୍ଲୀ : ଛତିଶଗଡ଼ର ବିଳାସପୁରରେ ଏକ ବଡ଼ ସଡ଼କ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସ୍ କେନ୍ଦା ଘାଟିରେ ଓଲଟି ପଡ଼ିବାରୁ ୨ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଛି। ଏଥିରେ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ବସଟି ବିଳାସପୁରରୁ ପ୍ରୟାଗରାଜ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହାପରେ ତୁରନ୍ତ ଆମ୍ବୁଲାନ୍ସ ସହାୟତାରେ ସମସ୍ତ ଆହତଙ୍କୁ ଡାକ୍ତରଖାନା ପଠାଇଥିଲା।
ମିଳିଥିବା ସୂଚନା ଅନୁସାରେ, ଏହି ଦୁର୍ଘଟଣା ରତନପୁର ଥାନା ଅଧୀନ ରତନପୁର ଛପରା ମୋଡନାର୍ ପେଣ୍ଡ୍ରା ନିକଟରେ ଘଟିଛି। ବସର ବେଗ ଅଧିକ ଥିବାରୁ ଡ୍ରାଇଭର ଗାଡ଼ିକୁ ନିୟନ୍ତ୍ରଣ କରିପାରି ନ ଥିଲେ। ଫଳରେ ବସ୍ ଭାରସାମ୍ୟ ହରାଇ ଘାଟିରେ ଓଲଟି ପଡିଥିଲା।ଦୁର୍ଘଟଣା ସମୟରେ ବସ୍ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ। ବସରେ ବସିଥିବା ସମସ୍ତ ଯାତ୍ରୀଙ୍କୁ ଆଘାତ ଲାଗିଛି। ସେଥିମଧ୍ୟରୁ ୧୨ ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ଦୁର୍ଘଟଣାରେ ୨ ଜଣ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ତିନିଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।ସେପଟେ ଏହି ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ଜମିଥିଲା। ଉପସ୍ଥିତ ଲୋକମାନେ ପୋଲିସକୁ ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login