The Ultimate Managed Hosting Platform
ADVERTISEMENT

କେବଳ ଲମ୍ବା ଭାଷଣ , ବଡ ଆଡଭରଟାଇଜମେଣ୍ଟରେ ବିକାଶ ହୁଏନି ; ନବୀନ

Facebook
Twitter
LinkedIn

ଭୁବନେଶ୍ୱର : ବିଜେଡିର ଜନଜାଗରଣ କାର୍ଯ୍ୟକ୍ରମରେ ସରକାରଙ୍କୁ ଟାର୍ଗେଟ । ବର୍ଷକର କାର୍ଯ୍ୟକ୍ରମକୁ ନେଇ ଟାର୍ଗେଟ କଲେ । କୁହାଯାଉଛି ଲୋକଙ୍କ ସରକାର , କିନ୍ତୁ କାହାନ୍ତି ପଚାରିଲେ ନବୀନ । କେବଳ ଲମ୍ବା ଭାଷଣ କି ବଡ଼ ବଡ଼ ବିଜ୍ଞାପନରେ ବିକାଶ ହୁଏନି ବୋଲି କହିଛନ୍ତି ନବୀନ । ବିଜେଡିର ରାଜ୍ୟ କର୍ମକର୍ତ୍ତା ବୈଠକକୁ ପରେ ଜନଜାଗରଣ ଅଭିଯାନକୁ ଶଙ୍ଖଭବନରେ ସମ୍ବୋଧିତ କରି ଏହା କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ।
ବିଜେଡି ସରକାର ଅମଳରେ ୯୦ ପ୍ରତିଶତ ଲୋକ ବିଏସକେୱାଇ ଯୋଜନାରୁ ମାଗଣା ଚିକିତ୍ସା ସୁବିଧା ପାଉଥିଲେ । ଏବେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ ଲୋକଙ୍କୁ ମେଡିସିନ ମିଳୁନି କି ମାଗଣା ଚିକିତ୍ସା ସୁବିଧା ବି ମିଳିପାରୁନି । ହଜାର ହଜାର ଲୋକ, ବୁଢାବୁଢୀ, କ୍ୟାନସର ରୋଗୀ ଓ ପିଲାମାନେ ହଇରାଣ ହେଉଛନ୍ତି । ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ଭାବେ ଭୁଶୁଡି ପଡିଛି । ରାଜ୍ୟର ୧୯ ଜିଲ୍ଲାରେ ଏବେ ସିଡିଏମଓ ନାହାଁନ୍ତି । ଏହା ହେଉଛି ବିଜେପି ସରକାରର ସଫଳତା ବୋଲି ତାତ୍ସଲ୍ୟ କରିଛନ୍ତି ନବୀନ । ମିଶନ ଶକ୍ତିରେ ୭୦ ଲକ୍ଷ ମହିଳାଙ୍କୁ ସଶକ୍ତ କରି ଓଡିଶା ସାରା ଦେଶରେ ରେକର୍ଡ କରିଥିଲା । ବିଜେଡି ଲୋକଙ୍କ ସହ ସବୁବେଳେ ରହିଛି । ଦଳର ନେତା ଓ ତୃଣମୂଳ ସ୍ତରରେ କର୍ମୀମାନେ ଲୋକଙ୍କ ସେବା ଜାରି ରଖିବାକୁ ନବୀନ ଆହ୍ବାନ ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନୈାସେନାର ଏଫ-୩୫ ଫାଇଟର ଜେଟ ଦୁର୍ଘଟଣାଗ୍ରସ୍ତ

ନୈାସେନାର ଏଫ-୩୫ ଫାଇଟର ଜେଟ ଦୁର୍ଘଟଣାଗ୍ରସ୍ତ

ଆମେରିକା : ଆମେରିକାରେ ନୌସେନାର ଏଫ-୩୫ ଫାଇଟର ଜେଟ୍ ଦୁର୍ଘଟଣାଗ୍ରସ୍ତ । କେନ୍ଦ୍ରୀୟ କାଲିଫର୍ଣ୍ଣିଆର ନାଭାଲ ଏୟାର ଷ୍ଟେସନ ଲିମୋର ନିକଟରେ ଏହି ଦୁର୍ଘଟଣା ହୋଇଛି ।...

ADVERTISEMENT
ଆସିଲା “ସୁଭଦ୍ରା” ଦ୍ୱିତୀୟ କିସ୍ତି ଟଙ୍କା

ଜୟପୁରରୁ ସୁଭଦ୍ରା ୩ୟ କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୯ ତାରିଖରେ ଜୟପୁରରୁ ସୁଭଦ୍ରା ତୃତୀୟ କିସ୍ତି ଅର୍ଥ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । କୋଟିଏରୁ ଉଦ୍ଧ୍ୱର୍ ହିତାଧିକାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଅର୍ଥ ।...

Login