ଢେଙ୍କାନାଳ: ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର । ଢେଙ୍କାନାଳ ଜିଲ୍ଲା ସଦର ଥାନା ଭାପୁର ଫାଣ୍ଡି ଅନ୍ତର୍ଗତ ମହୁଲପୁଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଭୋଜି ବେଳେ ପାଣି ସରି ଯିବାରୁ ପାଣି ପାଇଁ ମହୁଲପୁଞ୍ଜି ଗ୍ରାମକୁ ଆସୁଥିଲେ। ଏହି ସମୟରେ କାରଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲା।
Views: 94











