ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ବଙ୍ଗୋପସାଗର ମଧ୍ୟ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୮ ତାରିଖ ଯାଏଁ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତୀ ୪୮ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତିକରିବା ସମ୍ଭାବନା ରହିଛି ।
ଫଳରେ କାଲି ୧୧ ତାରିଖ ପର୍ୟ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ଆକଳନ କରାଯାଇଛି । ୧୦ ତାରିଖରେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗତକାଲି ୪୦ ଡିଗ୍ରୀ ଉପରେ ରହିଥିଲା ୯ ସହର । ବୌଦ୍ଧ ୪୨ ଡିଗ୍ରୀ ସହ ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ପାଲଟିଛି ।
ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

Facebook
Twitter
LinkedIn
Facebook
Twitter
LinkedIn
Recent News
ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ
ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...
ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ
ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...
ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ
ନୂଆପଡା : ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ । ନୂଆପଡ଼ା ନାରାୟଣ ଡୋଙ୍ଗରୀ ସଂରକ୍ଷିତ ଜଙ୍ଗଲରୁ ଠାବ ହୋଇଛି ମାଓ କ୍ୟାମ୍ପ । ଯବାନଙ୍କୁ ଟାର୍ଗେଟ କରି...
୧୪ ଦେଶକୁ ଟ୍ରମ୍ପଙ୍କ ଟାରିଫ ମାଡ
ନୂଆଦିଲ୍ଲୀ : ୧୪ ଟି ଦେଶ ଉପରେ ନୂଆ ଟାରିଫ ପ୍ଲାନ ଘୋଷଣା । ଅଗଷ୍ଟ ୧ ତାରିଖରୁ ଲାଗୁ ହେବ ନୂଆ ଟାରିଫ ।େ୧୪ ଦେଶକୁ...