ଭୁବନେଶ୍ୱର : ଟୋକେନ ପାଇନଥିବା ଚାଷୀଙ୍କୁ ଟୋକେନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଟୋକେନ ପରେ ଧାନ ବଳିଲେ ଖୋଲା ବଜାରରେ ଚାଷୀ ବିକି ଦିଅନ୍ତୁ ବୋଲି କହିଛନ୍ତି ମନ୍ତ୍ରୀ । କୃଷ୍ଣ ପାତ୍ର କହିଛନ୍ତି, ଧାନ ସଂଗ୍ରହ ପ୍ରକ୍ରିୟା ସୁରୁଖୁରୁରେ ଚାଲିଛି । ଏବେ ଯାଏଁ ୬ଟି ଜିଲ୍ଲାର ରିପୋର୍ଟ ଆସିଛି । ବରଗଡ଼ରେ ୫୩ ହଜାର ୮୩୮ ମେଟ୍ରିକ୍ ଟନ୍, ବଲାଙ୍ଗୀର ୯୬ ମେଟ୍ରିକ୍ ଟନ୍, କଳାହାଣ୍ଡି ୭ ହଜାର ୩୮୭, ନୂଆପଡ଼ା ୩ ହଜାର ୮୪୭ ମେଟ୍ରିକ୍ ଟନ୍, ସମ୍ବଲପୁର ୬୦ ହଜାର ୨୫୬ ମେଟ୍ରିକ୍ ଟନ୍ ଏବଂ ସୁବର୍ଣ୍ଣପୁରରେ ୧୫ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ହୋଇଛି ।
Views: 84











