The Ultimate Managed Hosting Platform
ADVERTISEMENT

ଚିନ୍ତା ବଢାଇବ କି’ କରୋନା ? ରାଜ୍ୟରେ ବଢୁଛି ଗ୍ରାଫ୍ ।

Facebook
Twitter
LinkedIn

ଭୁବନେଶ୍ୱର, ୦୬।୦୮ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୪୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩.୧୮.୧୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୪୭ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୩ଜଣ, ବୌଦ୍ଧ ଜିଲ୍ଲାରୁ ୨୩ଜଣ, କଟକ ଜିଲ୍ଲାରୁ ୩୪ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୨୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ,

ଖୋର୍ଦ୍ଧା ଜିଲ୍ଲାରୁ ୯୧ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୨ ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୧ଜଣ, ସମ୍ବଲପୁର ଜିଲ୍ଲାରୁ ୮୩ଜଣ, ସୋନପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୫ଜଣ, ଷ୍ଟେଟ ପୁଲ୍ରୁ ୨୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩.୧୮.୧୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୦୦୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୦୨୯୪୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩.୨୭.୬୬.୬୧୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଋିପୋର୍ଟ ଭୂବନେଶ୍ୱର ବ୍ୟୁରୋ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login