ଗୋପାଳପୁର: ଛତିଶଗଡ଼ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ କାର୍ୟ୍ୟରତ ଜଣେ ଓଡ଼ିଆ ବିଏସ୍ଏଫ୍ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନ ହେଉଛନ୍ତି; ବାଲେଶ୍ବର ଜିଲ୍ଲା ବାହାନଗା ବ୍ଲକ୍ ଗୋପାଳପୁର ଗ୍ରାମର କରୁଣାକର ଶିଅଳଙ୍କ ପୁଅ ପ୍ରକାଶ । ସୂଚନା ଅନୁସାରେ, ପ୍ରକାଶ ଛତିଶଗଡ଼ କୋବ୍ରା ୨୦୬ ବାଟାଲିଅନ୍ରେ କାର୍ୟ୍ୟ କରୁଥିଲେ। ଗତକାଲି ସେ ସାଥୀ ଯବାନଙ୍କ ସହ ସୁକୁମା ଜିଲ୍ଲା ମିନାପା ଅଞ୍ଚଳର ଏକ ଭୋଟ୍ଗ୍ରହଣ କେନ୍ଦ୍ରକୁ ଜଙ୍ଗଲ ରାସ୍ତା ଦେଇ ଯାଉଥିଲେ। ସେତିକିବେଳେ ମାଓବାଦୀମାନେ ବିଛାଇଥିବା ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଥିଲା। ଫଳରେ ପ୍ରକାଶଙ୍କ ସହ ୪ ଜଣ ବିଏସ୍ଏଫ୍ ଯବାନ ଗୁରୁତର ଆହତ ହୋଇଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇ ସେଠାକାର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଛିଡ଼ିଯାଇଥିବା ଦୁଇ ଗୋଡ଼ର ଅସ୍ତ୍ରୋପଚାର କରାଯାଉଥିବା ବେଳେ ଆଜି ପ୍ରକାଶଙ୍କ ମୃତ୍ୟୁ ଘଟିଥିବା ତାଙ୍କ ଭାଇ ସୁବାସ ଚନ୍ଦ୍ର ଶିଅଳ ସୂଚନା ଦେଇଛନ୍ତି। ଏନେଇ ଖବର ପ୍ରଚାରିତ ହେବା ପରେ ଜନ୍ମମାଟି ଗୋପାଳପୁର ସହ ବାଲେଶ୍ବର ତଥା ସାରା ରାଜ୍ୟରେ ଶୋକ ପ୍ରକାଶ ପାଇଛି।
ଛତିଶଗଡ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଓଡିଆ ଯବାନ ସହିଦ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











