The Ultimate Managed Hosting Platform
ADVERTISEMENT

ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ବସ ଓଲଟି ୨୧ ଆହତ, ୨ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ନୂଆଦିଲ୍ଲୀ : ତାମିଲନାଡ଼ୁର ତିରୁପୁରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ କଲେଜ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ଏକ ଘରୋଇ ବସ୍ ରାସ୍ତାରେ ଓଲଟି ପଡ଼ିଛି । ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି । ବସଟି ଛାତ୍ରଛାତ୍ରୀଙ୍କୁ ଇରୋଡ୍ ନେଇ ଯାଉଥିବା ବେଳେ ସେଙ୍ଗମପଲ୍ଲି ନିକଟରେ ହଠାତ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଜିଲ୍ଲା ଏସପି ଗିରିଶ କୁମାର ଯାଦବ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏ ନେଇ ଉଥୁକୁଲି ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login