ଜଗତସିଂହପୁର : ଜଗତସିଂହପୁର ଅଞ୍ଚଳରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ସଦର ପୋଲିସର ଚଢାଉ । ଜଣେ ଅଭିଯୁକ୍ତ ଅଟକ , ପୂର୍ବାହ୍ନ ୧୦ଟାରେ ଏସପିଙ୍କ ପ୍ରେସମିଟ । ଅଭିଯୋଗ ଅନୁଯାୟୀ, ସୋମବାର ରାତିରେ ଜନ୍ମଦିନ ଉତ୍ସବରେ ଯୋଗଦେଇ ସାଙ୍ଗ ସହ ଫେରୁଥିବା ସମୟରେ ଅଧବାଟରେ ଦୁଇଜଣ ଦୁର୍ବୃତ୍ତ ଆସି ତାଙ୍କୁ ନିଛାଟିଆ ଜାଗାକୁ ଉଠାଇ ନେଇ ଯାଇ ଗଣଦୁଷ୍କର୍ମ କରିଥିଲେ । ପୀଡ଼ିତା ସେଠାରୁ ଖସି ଆସି ଘରେ ପହଞ୍ଚିଥିଲେ । ସେ ଘରେ ବେହୋସ ହୋଇଯାଇଥିଲେ । ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଏନେଇ ନାବାଳିକାଙ୍କ ବାପା ଜଗତସିଂହପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ପୋଲିସ ଘଟଣା ଉପରେ ନଜର ରଖି ତଦନ୍ତ ଆରମ୍ଭ କରିଛି । ପୀଡ଼ିତାଙ୍କୁ ଜଗତସିଂହପୁର ଏସପି , ଥାନା ଅଧିକାରୀ ଓ ସଦର ବିଧାୟକ ଭେଟି ଘଟଣାସମ୍ପର୍କରେ ପଚାରି ବୁଝିଛନ୍ତି । ଅନ୍ୟପଟେ ପୀଡିତାଙ୍କ ସହିତ ଯାଇଥିବା ତାଙ୍କର ବାନ୍ଧବୀ ଓ ବାନ୍ଧବୀଙ୍କ ମା’ଙ୍କୁ ପୋଲସ ଥାନାକୁ ଡାକି ପଚରାଉଚରା ଜାରି ରଖିଛି।
ଜଗତସିଂହପୁରରେ ଗଣଦୁଷ୍କର୍ମ ! ଅଭିଯୋଗରେ ଜଣେ ଅଟକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











