ଜଗତସିଂହପୁର : ଆଜି ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜିଲ୍ଲାର ସମସ୍ତ ୮ଟି ବ୍ଲକରେ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜଗତସିଂହପୁର ଜିଲ୍ଲାର ସମସ୍ତ ବ୍ଲକରେ ମେଡିକାଲ, ବିଦ୍ୟାଳୟ, ମଠ, ମନ୍ଦିର, କମ୍ୟୁନିଟି ସେଣ୍ଟର ଆଦି ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ୯୯ କୋଟି ଟଙ୍କା ବ୍ୟୟରେ ୨ହଜାର ୯୨୨ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଥିଲେ ।ଏହି ଅବସରରେ ସଦର ବ୍ଲକ ପକ୍ଷରୁ ସ୍ଥାନୀୟ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜଗତସିଂହପୁର ବିଧାୟକ ତଥା ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲିଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ,ପଞ୍ଚାୟତ ପ୍ରତିନିଧି, ମିଶନ ଶକ୍ତି ମହିଳା ପ୍ରମୁଖ ଉପସ୍ଥିତ ରହିଥିଲେ ।ସେହିପରି ନାଉଗାଁ ବ୍ଲକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ ଭୋଇ,ଏରସମା ବ୍ଲକରେ ବିଧାୟକ ରଘୁନନ୍ଦନ ଦାସ, ବାଲିକୁଦା ବ୍ଲକରେ ପଂଚାୟତ ସମିତି ଅଧ୍ୟକ୍ଷ ପ୍ରକାଶ ପ୍ରଧାନ,ବିରିଡି ବ୍ଲକରେ ବିଧାୟକ ବିଜୟ ଶଙ୍କର ଦାସ,ରଘୁନାଥପୁର ବ୍ଲକରେ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଦେବାଶିଷ ତ୍ରିପାଠୀ, ତିର୍ତ୍ତୋଲ ବ୍ଲକରେ ଜିଲ୍ଲା ପରିଷଦ ସଭ୍ୟ ଗଙ୍ଗାଧର ବିଶ୍ୱାଳ,ପାରାଦ୍ୱୀପ ଠାରେ ବିଧାୟକ ସମ୍ବିତ ରାଉତରାୟ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମର ପରିଚଳନା କରିଥିଲେ ।
ଜଗତସିଂହପୁର ଜିଲ୍ଲାରେ ଆମ ଓଡିଶା ନବୀନ ଓଡିଶାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn
Facebook
Twitter
LinkedIn
Recent News
ଔଷଧୀୟ ଗୁଣରେ ଭରପୁର ରସୁଣ ; କ୍ୟାନ୍ସର ହେବାର ସମ୍ଭାବନାକୁ କମାଇଥାଏ !
ବ୍ୟୁରୋ : ବିଭିନ୍ନ ଔଷଧୀୟ ଗୁଣରେ ଭରା ରସୁଣ । ଏଥିରେ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଭରପୁର ମାତ୍ରାରେ ରହିଥାଏ । ରସୁଣ...
ପୋଲିସ SI ପରୀକ୍ଷା କେଁ ; ଲୁକ ଆଉଟ ସର୍କୁଲାର ଜାରି
ଭୁବନେଶ୍ୱର : ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା । ଜାରି ହେଲା ଲୁକଆଉଟ ସର୍କୁଲାର । ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି ।...
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ
କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...
ସୁନା ପରେ ଏବେ ରୁପା ଦର ଉପରମୁହାଁ ; ରୁପା କେଜି ୧ ଲକ୍ଷ ୯୦ ହଜାର ଛୁଇଁଲାଣି
ବ୍ୟୁରୋ : ଧନତେରାସ ପୂର୍ବରୁ ସୁନା ରୁପା ଦର ଏବେ ବଢିବାରେ ଲାଗିଛି । ସୁନା ପରେ ଏବେ ରୁପା ଦର ଖୁବ ବଢିଲାଣି । ଅକ୍ଟୋବର...