ଜଗତସିଂହପୁର : ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଜଗତସିଂହପୁର ବ୍ଲକ କଂଗ୍ରେସ ପକ୍ଷରୁ ପୁନଙ୍ଗ ସ୍ଥିତ ସିଦ୍ଧ ବାରଙ୍ଗ ଜଗନ୍ନାଥ ମନ୍ଦିର ଓ ସିଦ୍ଧଳ ଜଗନ୍ନାଥ ମନ୍ଦିର ସମ୍ମୁଖରେ ଭକ୍ତ ମାନଙ୍କ ସୁବିଧା ପାଇଁ ପୁରୀ ଶ୍ରୀମନ୍ଦିରର ଚାରି ଦ୍ଵାର ଖୋଲିବା, ରତ୍ନ ଭଣ୍ତାର ତୁରନ୍ତ ଖୋଲିବା,ଦେବାନ୍ତ କମ୍ପାନୀ ଦ୍ଵାରା ଅଧିଗ୍ରହଣ ହୋଇଥିବା ଜମିକୁ ତୁରନ୍ତ ଚାଷୀ ମାନଙ୍କୁ ତୁରନ୍ତ ଫେରସ୍ତ କରିବା ଆଦି ଦାବୀରେ ସଂକ୍ରୀତନ ସତ୍ୟାଗ୍ରହ ଅନୁଷ୍ଠିତ ହୋଇଯାଇଅଛି। ଜଗତସିଂହପୁର ବ୍ଲକ ସିଦ୍ଧଳ କନ୍ତାରେଶ୍ବର ମହାଦେବ ମନ୍ଦିର ଠାରୁ ପୂଜାର୍ଚ୍ଚନା କରି କଂଗ୍ରେସ ଦଳର କର୍ମୀମାନେ ବଳଦେବ ଜିୟୁ ଜଗନ୍ନାଥ ମନ୍ଦିର ପର୍ୟ୍ୟନ୍ତ ପଞ୍ଚାୟତ ପରିକ୍ରମା କରି ଜଗନ୍ନାଥ ସଂସ୍କୃତିର ସୁରକ୍ଷା ପାଇଁ ପଦଯାତ୍ରା କରିବା ସହ ଜଗନ୍ନାଥ ମନ୍ଦିର ସମ୍ମୁଖରେ ପହଞ୍ଚି ସେଠାରେ ନାମ ସଂକୀର୍ତ୍ତନ କରିଥିଲେ। ସେହିପରି ପୁନଙ୍ଗ ସିଦ୍ଧ ବାରଙ୍ଗ ଜଗନ୍ନାଥ ମନ୍ଦିର ଠାରେ ଜିଲ୍ଲା କଂଗ୍ରେସ ସଭାପତି ନଟବର ବାରିକ ଙ୍କ ନେତୃତ୍ବରେ ବ୍ଲକ କଂଗ୍ରେସ ସଭାପତି ଅଦୈତ ଜେନା, ପୂର୍ବତନ ପୌରାଧ୍ୟକ୍ଷ ବିପ୍ଳବ ଚୌଧୁରୀ, ଜିଲ୍ଲା ଯୁବ କଂଗ୍ରେସ ସଭାପତି ପ୍ରଶାନ୍ତ ମଲ୍ଲିକ, କଂଗ୍ରେସ ନେତା ନିରଞ୍ଜନ ସେନ ପ୍ରମୁଖ ପୁନଙ୍ଗ ଗ୍ରାମ ପରିକ୍ରମା କରିବା ସହ ଜଗନ୍ନାଥ ମନ୍ଦିରରେ ଦୀପ ପ୍ରଜ୍ବଳନ କରିଥିଲେ।
ଜଗନ୍ନାଥ ସଂସ୍କୃତିର ସୁରକ୍ଷା ପାଇଁ ବ୍ଲକ କଂଗ୍ରେସ ପକ୍ଷରୁ ସଂକୀର୍ତ୍ତନ ସତ୍ୟାଗ୍ରହ

Facebook
Twitter
LinkedIn
Facebook
Twitter
LinkedIn
Recent News
ଶ୍ରୀମନ୍ଦିରରେ ହେବ ୱାକିଟକି ବ୍ୟବସ୍ଥା : ଗିରୀଶ
ପୁରୀ : ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ ଫୋନ ।କୈାଣସି ପୋଲିସ କି ସେବାୟତ ବି ନେଇ ପାରିବେନି ମୋବାଇଲ । ଆଗକୁ ୱାକିଟକି ବ୍ୟବସ୍ଥା...
୧୬ରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ
ନୂଆପଡା : ଆସନ୍ତା ୧୬ ତାରିଖରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କର ଦାଖଲ ବେଳେ ଉପସ୍ଥିତ ରହିବେ ।...
e-KYC କରି ନ ଥିଲେ ମିଳିବନି ଚାଉଳ ; ମନ୍ତ୍ରୀ
ଭୁବନେଶ୍ୱର : e-KYC କରି ନ ଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।...
MKCGରେ ଇଣ୍ଟର ମିଟ୍ ; ୩ ଛାତ୍ର ଆହତ
ବ୍ରହ୍ମପୁର : ଏମକେସିଜିରେ ଇଣ୍ଟର ମେଡିକାଲ ମିଟ ବେଳେ ୩ ଛାତ୍ର ଆହତ । କଟକ ଏସସିବିର ୩ ଛାତ୍ର ଉତ୍ସବ ପାଳନ ବେଳେ ଆହତ ।...