ଭଦ୍ରକ : ନିଆଁ ଲାଗି ଜଳିଗଲା ୧୫ଟି ଦୋକାନ । ବାସୁଦେବପୁର ଇରମ ପଞ୍ଚାୟତ ରଥପଦା ମାର୍କେଟରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ , ସମସ୍ତ ଦୋକାନ ସାମଗ୍ରୀ ପୋଡି ନଷ୍ଟ ।
ସୂଚନା ଅନୁଯାୟୀ ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ହଠାତ୍ ଇରମ୍ ପଞ୍ଚାୟତର ରଥପଦା ମାର୍କେଟରେ ଥିବା ଦୋକାନରେ ନିଆଁ ଲାଗିଯାଇଥିଲା। ପରେ ଗୋଟିଏ ପରେ ଗୋଟିଏ ଦୋକାନକୁ ନିଆଁ ବ୍ୟାପିଯାଇ ଥିଲା। ରାତି ହୋଇଥିବାରୁ ନିଆଁ ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଦୋକାନରୁ ସାମଗ୍ରୀ ବାହାର କରିବାକଷ୍ଟକର ହୋଇପଡିଥିଲା। ନିଆଁଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ବାସୁଦେବପୁର ଓ ଧାମରା ଅଗ୍ନିଶମ ବାହିନୀ ପହଞ୍ଚି ୨ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଥିଲେ।
Views: 85











