ଭୁବନେଶ୍ୱର : ଉପାନ୍ତରୁ ଉପକୂଳ ଶୀତରେ ଥରୁଛି ଓଡିଶା । ଅସ୍ତବ୍ୟସ୍ତ ଜନଜୀବନ, ରାସ୍ତାରେ ଯାତାୟତ ମୁସ୍କିଲ । ଘନ କୁହୁଡି ଯୋଗୁଁ ଦୃଶ୍ୟମାନ ଦୂରତା ୫୦ ମିଟରରୁ ବି କମ । ଦାରିଙ୍ଗିବାଡ଼ିଠାରେ ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରି ରେକର୍ଡ ହୋଇଛି । ପରବର୍ତ୍ତୀ ୩ ଦିନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବଢ଼ିବାର ସମ୍ଭାବନା ରହିଛି । ଏହା ପରେ ପୁଣି ବିଭିନ୍ନ ଜିଲ୍ଲାରେ ୨ରୁ ୪ ଡିଗ୍ରି ସେଲିସିୟସ କମିବ ତାପମାତ୍ରା । ଶୀତ ସହିତ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ସକାଳୁ ସକାଳୁ ପ୍ରବଳ କୁହୁଡ଼ି ଯୋଗୁ ରାସ୍ତା ଠିକରେ ଦେଖାଯାଉନାହିଁ । ଫଳରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି। ଘନ କୁହୁଡ଼ି ଯୋଗୁଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୫ ତାରିଖ ପର୍ୟ୍ୟନ୍ତ ଏହିଭଳି ଘନକୁହୁଡ଼ି ପଡ଼ିବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Views: 52











