The Ultimate Managed Hosting Platform
ADVERTISEMENT

ଜାନୁଆରୀ ୨୬ ପୂର୍ବରୁ ଓଡ଼ିଶାରେ ମିଳିବ 5G ସେବା

Facebook
Twitter
LinkedIn

ମାସେ ଭିତରେ ଓଡ଼ିଶା ରେ ଆରମ୍ଭ ହେବ 5G ସେବା। ଆସନ୍ତାବର୍ଷ ଜାନୁଆରୀ ୨୬ ପୂର୍ବରୁ ଓଡ଼ିଶାରେ 5G ସେବା ଉପଲ୍ଲବ୍ଧ ହେବ। ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରେ 5G କାମ ଶେଷ ହେବ। ଭୁବନେଶ୍ୱର ରେଲ୍‌ୱେ ଷ୍ଟେସନର ନବକଳେବର ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ଅବସରରେ କେନ୍ଦ୍ର ରେଳ ଏବଂ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା କହିଛନ୍ତି। 

ଟେଲିକମ୍‌ରେ ଅବହେଳା ନେଇ ଯେଉଁ ଅଭିଯୋଗ ହେଉଥିଲା ତାହା ଏବେ ଶେଷ ହୋଇଛି। ମୋଦି ସରକାର ଟେଲିକମ୍‌ରେ ଓଡ଼ିଶାକୁ ୫ ହଜାର ୬ ଶହ କୋଟି ଦେଇଛନ୍ତି ବୋଲି ଅଶ୍ୱିନୀ ବୈଷ୍ଣବ କହିଛନ୍ତି। 

କେନ୍ଦ୍ର ରେଳ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଓଡ଼ିଶାରେ ରେଳ ବିକାଶ ପାଇଁ ଆମେ କେହି ରାଜନୀତି କରିବା ନାହିଁ। କଂଗ୍ରେସ କାଳରେ ବର୍ଷକୁ ୨୦ରୁ ୩୦ କି.ମି. ନୂଆ ଲାଇନ ହେଉଥିଲା। ବର୍ତ୍ତମାନ ବର୍ଷକୁ ୩ ଶହ କି.ମି. ପର୍ଯ୍ୟନ୍ତ ନୂଆ ଲାଇନ ନିର୍ମାଣ ହେଉଛି। ହେଲେ ଜମି ନ ଦେଲେ ନୂଆ ଲାଇନ କିପରି ନିର୍ମାଣ ହେବ ବୋଲି ଅଶ୍ୱିନୀ ବୈଷ୍ଣବ ପ୍ରଶ୍ନ କରିଛନ୍ତି।  ପୂର୍ବରୁ ରେଲ୍‌ୱେ ପାଇଁ ୮ ଶହ କୋଟି ମିଳୁଥିଲା। ହେଲେ ଏବେ ୧୦ ହଜାର କୋଟି ମିଳୁଛି। ଓଡ଼ିଶାରେ ୩୬ଟି ଷ୍ଟେସନର ନବୀକରଣ ପାଇଁ ମୋଦି ମଞ୍ଜୁର କରିଛନ୍ତି।

ଭୁବନେଶ୍ୱର ଷ୍ଟେସନର ନବୀକରଣ ସହ ବିଶ୍ୱସ୍ତରୀୟ କରିବା ଲାଗି ରୂପରେଖ ପ୍ରସ୍ତୁତ ହୋଇଛି। ବିଶ୍ୱ ସ୍ତରୀୟ ହେବାକୁ ଥିବା ଏହି ଷ୍ଟେସନରେ ବିମାନବନ୍ଦର ପରି ସମସ୍ତ ପ୍ରକାର ସୁବିଧା ମିଳିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login