The Ultimate Managed Hosting Platform
ADVERTISEMENT

ଟଳିପଡିଲେ ହୋମଗାର୍ଡ ଚାକିରି ଆଶାୟୀ,୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଗଜପତି : ରନିଂ ଟ୍ରାକରେ ଟଳିପଡିଲେ ହୋମଗାର୍ଡ ଚାକିରି ଆଶାୟୀ । ହୋମଗାର୍ଡ ଶାରୀରିକ ପରୀକ୍ଷଣ ବେଳେ ଯୁବକଙ୍କ ଚାଲିଗଲା ଜୀବନ । ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହିତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।
ଗଜପତିରେ ହୋମଗାର୍ଡ ପଦବୀରେ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ ସୁଲନ୍ତ ମିଶାଲଙ୍କ ମୃତ୍ୟୁ ହୋଇଥିଲା । ଆଜି ସକାଳୁ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥଲା । ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିଲୋମିଟର ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା ଚାଲିଥିବା ବେଳେ ଦୈାଡରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିଲେ । କିନ୍ତୁ ହଠାତ୍ ତଳେ ପଡ଼ିଯିବା ପରେ ଗୁରୁତର ହୋଇପଡିଥିଲେ । ତାଙ୍କୁ ତୁରନ୍ତ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login