The Ultimate Managed Hosting Platform
ADVERTISEMENT

ଡିଭାଇଡରରେ ପିଟିହେଲା ଟୁରିଷ୍ଟ ଗାଡି, ୧୭ ଗୁରୁତର

Facebook
Twitter
LinkedIn

ଅନୁଗୁଳ : ଡିଭାଇଡରରେ ପିଟିହେଲା ଟୁରିଷ୍ଟ ଗାଡି । ୧୭ ଜଣ ଗୁରୁତର ହୋଇଛନ୍ତି । ମା ସମଲେଶ୍ୱରୀଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ଘଟିଲା ଦୁର୍ଘଟଣା । ଅନୁଗୁଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥ ହଣ୍ଡପା ଥାନା ଲୁହା ମୁଣ୍ଡାରେ ଦୁର୍ଘଟଣାଗ୍ରସ୍ତ ହୋଇଛି ତୀର୍ଥଯାତ୍ରୀ ଗାଡି । ଏହି ଦୁର୍ଘଟଣାରେ ଗାଡ଼ିରେ ବସିଥିବା ୧୭ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଅଞ୍ଚଳବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ଆମ୍ବୁଲାନ୍ସରେ କିଶୋରନଗର ମେଡିକାଲରେ ଭର୍ତ୍ତି କରିଛନ୍ତି । ୭ ଜଣଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ଅନୁଗୋଳ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଭୁବନେଶ୍ୱରରୁ ସମ୍ବଲପୁର ସମଲେଇ ଦର୍ଶନ କରିବା ପାଇଁ ୧୭ ଜଣ ଯାତ୍ରୀଙ୍କୁ ନେଇ ଏକ ଟୁରିଷ୍ଟ ଗାଡ଼ି ଯାଉଥିବା ବେଳେ ଚାଳକ ଭାରସାମ୍ୟ ହରାଇବାରୁ ଦୁର୍ଘଟଣା ଘଟିଥିଲା । ବଇଣ୍ଡା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login