The Ultimate Managed Hosting Platform
ADVERTISEMENT

ଡ୍ରାଇଭରର ଆଖି ଲାଗିଯିବାରୁ ଘଟିଲା ଦୁର୍ଘଟଣା, ଜଣେ ମୃତ ଓ ୧୦ ଆହତ

Facebook
Twitter
LinkedIn

ଧରାକୋଟ: ଡ୍ରାଇଭରର ଆଖି ଲାଗିଯିବାରୁ ଘଟିଲା ଦୁର୍ଘଟଣା । ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଢଉଗାଁ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା। ବସ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ୧୦ରୁ ଅଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଆସିକା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଆସିକା ଝଊଚଙ, ଧରାକୋଟ, ସୋରଡ଼ା ଓ ଆସିକା ପୋଲିସ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି। ଡ୍ରାଇଭରର ଆଖି ଲାଗିଯିବାରୁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ତେବେ ପୋଲିସ ଘଟଣାର ତଦନ୍ତ କରୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login