ନୂଆଦିଲ୍ଲୀ : ରାଜସ୍ଥାନ ଦଉସାରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ରେଲୱେ ଟ୍ରାକକୁ ଖସିଲା ବସ୍ । ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ । ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ପଠାଯାଉଛି । ବ୍ରିଜର ରେଲିଂ ଭାଙ୍ଗି ରେଲୱେ ଟ୍ରାକରେ ପଡିଥିଲା ବସ୍ । ହରିଦ୍ବାରରୁ ଜୟପୁରକୁ ଯାଉଥିଲା ଏହି ଯାତ୍ରୀବାହୀ ବସ୍ । ତେବେ ଟ୍ରାକରେ ବସ୍ ଖସିପଡିବାରୁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି । ଏଥି ସହିତ ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ । ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା । ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏଥି ସହିତ ରେଳ ନିୟନ୍ତ୍ରଣ କକ୍ଷର ବରିଷ୍ଠ ଅଧିକାରୀମାନଙ୍କୁ ଏହି ଘଟଣା ସମ୍ପର୍କରେ ଅବଗତ କରାଇଥିଲେ। ଏହା ପରେ ଜୟପୁର-ଦିଲ୍ଲୀ ରେଳ ଲାଇନର ଉପର ଓ ତଳ ଲାଇନଗୁଡ଼ିକରେ ତୁରନ୍ତ ଟ୍ରେନ ଚଳାଚଳ ବନ୍ଦ ହୋଇଯାଇଥିଲା । ପଛ ଷ୍ଟେସନରେ ଟ୍ରେନ୍ ଅଟକି ରହିଲା ଜ୍ଝ ଏହି ଦୁର୍ଘଟଣା ରାତି ପ୍ରାୟ ୨ଟା ୧୫ ସମୟରେ ଘଟିଥିଲା ଜ୍ଝ
ଦଉସାରେ ଦୁର୍ଘଟଣା; ୪ ମୃତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











