ଭୁବନେଶ୍ୱର :ଦିିନିକିଆ ଗସ୍ତରେ ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ରାଜ୍ୟବାସୀଙ୍କୁ ଭେଟିଦେବେ ୧୯,୬୦୦ କୋଟିର ବିଭିନ୍ନ ପ୍ରକଳ୍ପ । ଏଥିମଧ୍ୟରେ ରହିଛି ତୈଳ ଓ ଗ୍ୟାସ, ରେଳବାଇ, ସଡକ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତିର ପ୍ରକଳ୍ପ । ୪ଟା ୧୫ରେ ସାଧାରଣ ସଭାରେ ଉଦବୋଧନ ଦେବେ ମୋଦୀ ।ବିଜେପି ବିଧାୟକ, ସାଂସଦ ଓ ନେତା ଉପସ୍ଥିତ ରହିବେ । ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଚଣ୍ଡୀଖୋଲ ଗସ୍ତ ଓ ସାଧାରଣ ସଭାକୁ ନେଇ ରାଜ୍ୟ ବିଜେପି ବେଶ ଉତ୍ସାହିତ ଅଛି । ସେପଟେ ମୋଦୀଙ୍କ ଗସ୍ତ ନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୁଲିସ କମିଶନର । ବିମାନବନ୍ଦରକୁ କଡା ନଜରରେ ରଖାଯାଇଛି । ଭୁବନେଶ୍ୱର ଡିସିପି ସୁରକ୍ଷା ଦାୟିତ୍ୱରେ ରହିବେ । ବିମାନବନ୍ଦରରୁ ରାଜଭବନ ଯାଏଁ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ଡଗସ୍କ୍ୱାର୍ଡ ଓ ବମସ୍କ୍ୱାର୍ଡ ନିୟୋଜିତ ହେବେ ।
Views: 149











