କଟକ : କଟକ ଐତିହାସିକ ବାଲିଯାତ୍ରା ଦିନଟିଏ ବଢିଲା । ବାଲିଯାତ୍ରା ଦିନେ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି । କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ବାଲିଯାତ୍ରା ଆଜି ସରିବାର ଥିଲା । ଏ ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ସୋମବାର ଶେଷ ହୋଇଥାନ୍ତା ବାଲିଯାତ୍ରା । ହେଲେ ଲୋକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଆଉ ଦିଦେ ପାଇଁ ବଢ଼ିଛି କଟକ ବାଲିଯାତ୍ରା ଅବଧି । ବାଲିଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି ଓ ଏଥିରେ ବିପୁଳ ଜନ ସମାଗମ ହେଉଛି । ଉପର ଓ ତଳ ବାଲିଯାତ୍ରା ପଡିଆରେ ଲୋକଙ୍କର ଖଚାଖଚ ଭିଡ଼ ଲାଗୁଛି । ଚଟାପଟ ଖାଇବା ସାଙ୍ଗକୁ ବିଭିନ୍ନ ଘରକରଣା ସାମଗ୍ରୀ କିଣିବାକୁ ଲୋକ ଭିଡ଼ ଜମାଉଛନ୍ତି । ଏହାଛଡ଼ା ଦୋଳି ଓ ଅନ୍ୟ ରୋମାଞ୍ଚକର ଅନୁଭୂତି ମଧ୍ୟ ନେଉଛନ୍ତି ଜନସାଧାରଣ ।
Views: 94











