ପୁରୀ : ଆଜି ମହାପ୍ରଭୁଙ୍କ ଦିବା ପହୁଡ ନୀତି ଅନୁଷ୍ଠିତ ହେବ । ବନ୍ଦ ରହିବ ୩ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୪ଟାରୁ ସନ୍ଧ୍ୟା ୭ଟା ଯାଏଁ ଦର୍ଶନ ବନ୍ଦ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ପୌଷ କୃଷ୍ଣ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି କରାଯିବ। ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ । ମହାପ୍ରଭୁଙ୍କ ଏହା ଗୁପ୍ତ ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରଖାଯିବ ।
Views: 45











