ନୂଆଦିଲ୍ଲୀ : ଦିଲ୍ଲୀର ଏକ ନବଜାତ ଶିଶୁ ହସପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ । ୨୦ ନବଜାତ ଶିଶୁଙ୍କୁ ଉଦ୍ଧାର କରିଛି ଅଗ୍ନିଶମ ବିଭାଗ । ଶୁକ୍ରବାର ରାତିରେ ପଶ୍ଚିମ ଦିଲ୍ଲୀ ଅନ୍ତର୍ଗତ ଜନକପୁରୀ ଅଞ୍ଚଳରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି । ଖବର ଅନୁସାରେ, ବୈଶାଳୀ କଲୋନିରେ ଥିବା ଏକ ନବଜାତ ଶିଶୁ ଡାକ୍ତରଖାନାରେ ନିଆଁ ଲାଗିଯାଇଥିଲା। ଘଟଣାସ୍ଥଳରେ ୯ଟି ଗାଡି ନିଆଁକୁ ଆୟତ୍ତ କରିଥିଲା । ଦିଲ୍ଲୀ ଅଗ୍ନିଶମ ସେବା ନିର୍ଦ୍ଦେଶକ ଅତୁଲ୍ ଗର୍ଗ କହିଛନ୍ତି, ହସ୍ପିଟାଲ୍ରେ ନିଆଁ ଲାଗିବା ନେଇ ରାତି ୧.୩୫ରେ କଲ୍ ଆସିଥିଲା । ଘଟଣାସ୍ଥଳକୁ ପ୍ରଥମେ ୪ଟି ଦମକଳ ପଠାଇଲୁ। ତା’ ପରେଆଉ ୫ଟି ଦମକଳ ଘଟଣା ସ୍ଥଳକୁ ପଠାଇଥିଲୁ । ହସ୍ପିଟାଲ୍ରେ ୨୦ଜଣ ନବଜାତ ଶିଶୁ ଅଛନ୍ତି ବୋଲି ଖବର ମିଳିଥିଲା । ରାସ୍ତା ଅଣଓସାରିଆ ହୋଇଥିବାରୁ ଅସୁବିଧାର ସମ୍ମୁଖୀନ ମଧ୍ୟ ହୋଇଥିଲା । ସୂଚନାଯୋଗ୍ୟ, ରାତି ପ୍ରାୟ ୨.୩୦ରେ ସେ ହସ୍ପିଟାଲ୍ରୁ ନିଆଁ ଲିଭାଯାଇଥିଲା। ନିଆଁ ଲାଗିଥିବା ହସ୍ପିଟାଲ୍ରୁ ଉଦ୍ଧାର କରାଯାଇଥିବା ଶିଶୁମାନଙ୍କୁ ବିଭିନ୍ନ ଡାକ୍ତରଖାନାକୁ ପଠାଇ ଦିଆଯାଇଛି ବୋଲି ସେ କହିଛନ୍ତି। ନବଜାତ ମାତାପିତା ଦମକଳ ବିଭାଗକୁ ଧନ୍ୟବାଦ ଜଣାଇଛନ୍ତି ।
ଦିଲ୍ଲୀ ହସପିଟାଲରେ ଭୀଷଣ ନିଆଁ, ୨୦ ଜଣ ନବଜାତ ଶିଶୁଙ୍କୁ ଉଦ୍ଧାର କଲା ଅଗ୍ନିଶମ ବିଭାଗ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











