ଭୁବନେଶ୍ୱର : ୨୦୦୨ ଫେବ୍ରୁଆରୀ ୨୭ରେ ଗୋଧ୍ରା ରେଳପୋଡି ଘଟଣା ଘଟିଥିଲା ।ଏହାକୁ ନେଇ ନିର୍ମିତ ହୋଇଛି ହିନ୍ଦୀ ଚଳଚ୍ଚିତ୍ର ଦି ସାବରମତୀ ରିପୋର୍ଟ ଗତ ୧୫ ତାରିଖରେ ଏହି ଚଳଚ୍ଚିତ୍ର ସାରା ଦେଶରେ ରିଲିଜ ହୋଇଛି ।ଏହି ଚଳଚ୍ଚିତ୍ର କୁ ଓଡିଶା ସରକାର କର ମୁକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟୁଇଟ୍ କରି ମଧ୍ୟ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସତ୍ୟ ଘଟଣା ଉପରେ ଆଧାରିତ ଫିଲ୍ମ ‘ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ଲୋକଙ୍କ ସରକାର ନିଷ୍ପତ୍ତି ନେଇଛନ୍ତି। କିଛି ସ୍ୱାର୍ଥବାଦୀ ବ୍ୟକ୍ତିଙ୍କ ନିଜସ୍ୱ ସ୍ୱାର୍ଥ ପୂରଣ ଏବଂ ଅସ୍ଥିରତା ସୃଷ୍ଟି ପାଇଁ ଗୋଧ୍ରା ଅଗ୍ନିକାଣ୍ଡରେ କିଭଳି ଭାବରେ କରସେବକଙ୍କୁ ଜୀବନ୍ତ ଦଗ୍ଧ କରାଯାଇଥିଲା ତାହା ଏହି ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶାଯାଇଛି। ଏହି ଚଳଚ୍ଚିତ୍ର ଅତୀତର ଲୋମହର୍ଷଣକାରୀ, ହୃଦୟ ବିଦାରକ ସତ୍ୟ ଘଟଣାକୁ ଲୋକଙ୍କ ନିକଟରେ ପହଞ୍ଚାଇବ। ଯାହାଦ୍ବାରା ସାଧାରଣ ଜନତା ଅଧିକ ସଚେତନ ହେବେ। ଫିଲ୍ମର ପ୍ରଯୋଜିକା ଏକତା କପୁର ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍କୁ ରିଟୁଇଟ୍ କରି ଓଡ଼ିଶାରେ ‘ସାବରମତୀ ରିପୋର୍ଟ’କୁ କରମୁକ୍ତ କରିଥିବାରୁ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି।
“ଦି ସାବରମତୀ ରିପୋର୍ଟ” ଓଡିଶାରେ କରମୁକ୍ତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











