ଭୁବନେଶ୍ୱର : ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସମହାପାତ୍ରଙ୍କ ପ୍ରେସମିଟ । ମମତା ବାନାର୍ଜୀ ମୋର ଜଣେ ଶିଷ୍ୟ । ମୋତେ ମନ୍ଦିର ପ୍ରତିଷ୍ଠା ପାଇଁ ଡାକିଥିଲେ । ତିଥି ଅନୁସାରେ ପୂଜାର୍ଚ୍ଚନା ପାଇଁ କହିଥିଲି । ନିମ୍ବ କାଠରେ ମୂର୍ତ୍ତି ପ୍ରତିଷ୍ଠା କରାଯାଇଛି । ମୁଁ ନିଜେ ପୁରୀରୁ ନିମ୍ବ କାଠ ନେଇ ଯାଇଥିଲି ।ବ୍ରହ୍ମର ଏକମାତ୍ର ସ୍ଥାନ ପୁରୀରେ ରହିଛି ।ବ୍ରହ୍ମ ସ୍ଥାପନ ନେଇ କୈାଣସି ସ୍ଥାନରେ କହିନାହିଁ । ଜଗନ୍ନାଥ ଧାମ କହିଲେ କେବଳ ପୁରୀକୁ ବୁଝାଏ ।
ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ମୁଁ ଦୀଘା ଜଗନ୍ନାଥ ମନ୍ଦିର ଯାଇଥିଲି । ସେଠାରେ ଅଢ଼େରୁ ୩ ଫୁଟର ମୂର୍ତ୍ତି ହୋଇଛି । ମମତା ବାନାର୍ଜୀ ମୋର ଜଣେ ଶିଷ୍ୟା । ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ପାଇଁ ମୋତେ ଡାକିଥିଲେ। ତିଥି ଅନୁଯାୟୀ ପୂଜାପାଠ କରିବାକୁ କହିଥିଲେ । ୩ ମାସ ହେବ ପଥର ମୂର୍ତ୍ତି ଥିଲା, ନିମ୍ବକାଠରେ ମୂର୍ତ୍ତି ପ୍ରତିଷ୍ଠା ହୋଇଛି । ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ତଥା ଦୀଘା ଜଗନ୍ନାଥ ଧାମ ନାମକୁ ନେଇ ବିବାଦ ଦେଖା ଦେଇଥିବା ବେଳେ ସେବାୟତଙ୍କ ମଧ୍ୟରେ ମିଶ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା ।
ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ : ମୁହଁ ଖୋଲିଲେ ପୁରୀ ଦଇତାପତି , ପୁରୀ ଛଡା ଆଉ କେଉଁଠି ବ୍ରହ୍ମ ନାହିଁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











