ପୁରୀ : ଦୀଘାରେ ଧାମ ବିବାଦ ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି । ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଏ ନେଇ ଉପ ଯୁକ୍ତ ପଦ କ୍ଷେପ ଗ୍ରହଣ ପାଇଁ ଅନୁରୋଧ କଲେ । ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ ସ୍ୱାଗତ ଯୋଗ୍ୟ କାର୍ଯ୍ୟ । ମାତ୍ର ମୁଖ୍ୟମନ୍ତ୍ରୀ ମମତା ଏହାକୁ ଜଗନ୍ନାଥ ଧାମ ଘୋଷଣା କରିବା ଅଗ୍ରହଣୀୟ । ଜଗନ୍ନାଥ ଧାମ କହିବା କୋଟା କୋଟି ଶ୍ରଦ୍ଧାଳୁଙ୍କ ଧାର୍ମିକ ଭାବନାକୁ ଆଘାତ । ସୁଦର୍ଶନ ପଟ୍ଟନାୟକ ଉକ୍ତ ଚିଠିରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ, ଦୀଘାରେ ଥିବା ଜଗନ୍ନାଥ ମନ୍ଦିରକୁ ‘ଜଗନ୍ନାଥ ଧାମ’ ଭାବରେ ପଶ୍ଚିମବଙ୍ଗ ସରକାରଙ୍କ ସମ୍ବୋଧିତ କରିବାର ନିଷ୍ପତ୍ତି ଉପରେ ଆପଣ ହସ୍ତକ୍ଷେପ କରନ୍ତୁ ଏବଂ ଏହାର ସମାଧାନ କରନ୍ତୁ। ଏହି ପବିତ୍ର ଉପାଧି କେବଳ ଓଡ଼ିଶାର ପୁରୀ ସହିତ ଜଡ଼ିତ। ଅନ୍ୟ ଏକ ସ୍ଥାନ ପାଇଁ ଏହି ‘ଜଗନ୍ନାଥ ଧାମ’ ଶବ୍ଦର ବ୍ୟବହାର ବ୍ୟାପକ ଦ୍ୱନ୍ଦ୍ୱ ସୃଷ୍ଟି କରିଛି ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ଅଗଣିତ ଭକ୍ତଙ୍କ ଭାବନାକୁ ଗଭୀର ଆଘାତ ଦେଇଛି। ଏହି ଚର୍ଚ୍ଚିତ ଧାର୍ମିକ ପରିଚୟର ପବିତ୍ରତା ଏବଂ ଅନନ୍ୟତାକୁ ବଜାୟ ରଖିବା ପାଇଁ ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ। ଜୟ ଜଗନ୍ନାଥ।
ଦୀଘାରେ ଧାମ ବିବାଦ ; ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











