ଭୁବନେଶ୍ୱର : ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଶୋକ । ଶୋକ ପ୍ରକାଶ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଶୋକ ପ୍ରକାଶ କଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ । କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଶୋକ । ପୂର୍ବତନ ମନ୍ତ୍ରୀ ସମୀର ଦାଶଙ୍କ ଶୋକ ।
ସେବା ଓ ସଂକଳ୍ପ ମନୋଭାବରେ ସେ ରାଜ୍ୟର ବିକାଶ ପାଇଁ ସାରା ଜୀବନ ଉତ୍ସର୍ଗ କରିଥିଲେ । ଏହି ବର୍ଷିୟାନ ବ୍ୟକ୍ତିତ୍ୱଙ୍କ ବିୟୋଗ ଯୋଗୁ ଦେଶ ତଥା ରାଜ୍ୟ ଜଣେ ବିଶିଷ୍ଟ ଜନସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତିମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଫୋନ୍ ଯୋଗେ କଥା ହୋଇ ନିଜର ସମବେଦନା ପ୍ରକାଶ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦ୍ଗତି କାମନା କରିଛନ୍ତି । ଏହାସହ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆ ଦିଲ୍ଲୀ ସ୍ଥିତ ବାସଭବନରେ ପହଞ୍ଚି ଗଭୀର ଶୋକ ପ୍ରକାଶ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ମୋଦି । ଏହାସହ ଶୋକ ସନ୍ତପ୍ତ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି ।
ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...