ସୁନ୍ଦରଗଡ : ଓଏସଏସସି ଶାରିରୀକ ପରୀକ୍ଷାରେ ଅଘଟଣ । ଦୈାଡିବା ବେଳେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ଅଭିଯୋଗ । ଆଜି ଚାଲିଥିଲା ପରୀକ୍ଷାର୍ଥୀଙ୍କ ଶାରିରୀକ ପରୀକ୍ଷା । ମୃତ ପରୀକ୍ଷାର୍ଥୀ ରାଉରକେଲାର ହୋଇଥିବା ସୂଚନା । ରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏହା ସହିତ ମୁଖ୍ୟମନ୍ତ୍ରୀ ଏହି ଦୁଇ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ।
Views: 31