ନୂଆପଡା : ନୂଆପଡ଼ା ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଆଜି ନିଜ ସମର୍ଥକମାନଙ୍କ ସହ ଆସି ନାମାଙ୍କନ ଭରିଛନ୍ତି । ସେ ଦୁଇଟି ସେଟ୍ ଦାଖଲ କରିଛନ୍ତି । ଏଣେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ମଧ୍ୟ ନାମାଙ୍କନ ଭରିଛନ୍ତି । ଏହି ଅବସରରେ ପିସିସି ସଭାପତି ଭକ୍ତ ଚରଣ ମାଝୀ ଓ ବରିଷ୍ଠ ସଦସ୍ୟ ସୁରେଶ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ୨୦୨୪ ସାଧାରଣ ନିର୍ବାଚନରେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ । ସେ କଂଗ୍ରେସ ଟିକେଟ୍ ପାଇଁ ଦାବିଦାର ଥିଲେ ମଧ୍ୟ ଦଳର ପ୍ରାର୍ଥୀ ହୋଇଥିଲେ ତତ୍କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ । ଫଳରେ ଅସନ୍ତୁଷ୍ଟ ଘାସିରାମ ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିଲେ । ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କ ସହ ଘାସିରାମଙ୍କର ହିଁ କଡ଼ା ମୁକାବିଲା ହୋଇଥିଲା । ଘାସିରାମ ୫୦ ହଜାରରୁ ଅଧିକ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ରହିଥିଲେ। କଂଗ୍ରେସ ପ୍ରାର୍ଥୀ ତଥା ତତ୍କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ ମାତ୍ର ୧୫ହଜାର ଭୋଟ ପାଇ ଚତୁର୍ଥ ସ୍ଥାନରେ ରହିଥିଲେ ।
ନୂଆପଡା ଉପନିର୍ବାଚନ ; ପ୍ରାର୍ଥୀପତ୍ର ଦାଖଲ କଲେ ଘାସିରାମ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











