The Ultimate Managed Hosting Platform
ADVERTISEMENT

ନୂଆବର୍ଷରୁ ବଢିବ ଶୀତ, ଘନ କୁହୁଡି ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ୱର : ନୂଆବର୍ଷରୁ ବଢିବ ଶୀତ । ପଶ୍ଚିମ ଓଡିଶାରେ କିଛି ଜିଲ୍ଲାରେ ଘନ କୁହୁଡି ଦେଖାଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିନ୍ତୁ ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଘନ କୁହୁଡି଼ ଲାଗି ରହିବ । ସେଥିପାଇଁ ଏଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଆସନ୍ତା ୩୧ରେ ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କି ଦୁଇଟି ଜାଗାରେ ମଧ୍ୟମ ଧରଣର କୁହୁଡି଼ ପଡି଼ବ । କିନ୍ତୁ ଜାନୁଆରୀ ୫ ଯାଏ ସାରା ରାଜ୍ୟର ପାଗ ଶୁଖିଲା ରହିବ । ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ମୁତାବକ, ଗତ ୨୬ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟର ଭୟ ଓଡି଼ଶାକୁ ନାହିଁ । ଜାନୁଆରୀ ୩ରେ ମଧ୍ୟ ଏକ ଚାପ ସୃଷ୍ଟି ହେବ । ଏହି ଚାପର ପ୍ରଭାବ ମଧ୍ୟ ଓଡି଼ଶାରେ ପଡି଼ବନି । ଗତ ୩ ଦିନ ଧରି ରାଜ୍ୟରେ ଟୋପାଟିଏ ବର୍ଷା ହୋଇନି । ଖାଲି ଯାହା, ଅଳ୍ପ ମାତ୍ରାରେ ଶୀତ ବଢ଼ିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login