The Ultimate Managed Hosting Platform
ADVERTISEMENT

ନୂଆ ସରକାରୀ ବାସ ଭବନରେ ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ନୂଆ ସରକାରୀ ବାସ ଭବନରେ ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ । ଏଜିରୁ ରାଜଭବନ ରାସ୍ତାରେ ଥିବା ବାସ ଭବନରେ ପ୍ରବେଶ କଲେ । ଭୁବନେଶ୍ବର ଏଜି ଅଫିସରୁ ରାଜଭବନ ରାସ୍ତାରେ ଥିବା ବାସଭବନରେ ପୂଜାର୍ଚ୍ଚନା ପରେ ମୁଖ୍ୟମନ୍ତ୍ରୀ ଗୃହ ପ୍ରବେଶ କରିଛନ୍ତି । ପୁରୀରୁ ୧୧ ଜଣ ବ୍ରାହ୍ମଣ ଆସି ଏହି ପୂଜା କରିଥିବା ଜଣାପଡ଼ିଛି । ପ୍ରଥମେ ୨ଟି ଗାଈଙ୍କୁ ପୂଜା କରି ସେମାନଙ୍କୁୂ ଗୃହରେ ପ୍ରବେଶ କରାଯାଇଥିଲା । ଏହାପରେ ମୁଖ୍ୟମନ୍ତ୍ରୀ ସପରିବାର ସହିତ ଘରେ ପ୍ରବେଶ କରିଛନ୍ତି । ଗୃହ ପ୍ରବେଶ ସମୟ ୧୦ଟା ୪୭ ମିନିଟ୍ ଥିଲା । ୨ ମହଲା ବିଶିଷ୍ଟ ମୁଖ୍ୟମନ୍ତ୍ରୀଙ୍କ କ୍ୱାଟର୍ସରେ ଏକାଧିକ ସମ୍ମିଳନୀ କକ୍ଷ ସାଙ୍ଗକୁ ୱାଚ ଟାୱାର ରହିଛି । ଘର ଆଗରେ ବଡ଼ ବଗିଚା ରହିଛି । ୮ ମାସ ଧରି ମୁଖ୍ୟମନ୍ତ୍ରୀ କ୍ୱାଟର୍ସର ମରାମତି ଚାଲିଥିଲା । ଦୀର୍ଘ ୨୬ ବର୍ଷ ହେବ କ୍ୱାଟର୍ସରେ ଅବ୍ୟବହୃତ ହୋଇ ପଡ଼ି ରହିଥିଲା । ତେବେ ପୂର୍ବରୁ ଗାନ୍ଧୀମାର୍ଗ କ୍ବାର୍ଟର୍ସରେ ରହୁଥିଲେ ମୁଖ୍ୟମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ADVERTISEMENT
ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ଅପେକ୍ଷା ରଥ ଟାଣିବା ପାଇଁ

ପୁରୀକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଓଡିଶା ପୋଲିସର ସୂଚନା, ୨ ଘଣ୍ଟାରୁ ଉଦ୍ଧ୍ୱର୍ ଅପେକ୍ଷା କରିବାକୁ ପଡିପାରେ

ପୁରୀ : ପୁରୀକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଓଡିଶା ପୋଲିସର ଜରୁରୀ ସୂଚନା । ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ ରଖି ଏକ୍ସ ଜରିଆରେ ସୂଚନା । ଦୁଇ...

Login