କୋଲକତା ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି କହିଛନ୍ତି, ୱକଫ୍ ଆଇନକୁ ନେଇ ରାଜ୍ୟରେ ହୋଇଥିବା ହିଂସା ଯୋଜନାବଦ୍ଧ। ରାଜ୍ୟରେ ବିଶୃଙ୍ଖଳା ସୃଷ୍ଟି କରିବାପାଇଁ ବାଂଲାଦେଶୀ ଦୁର୍ବୃତ୍ତଙ୍କୁ ପ୍ରବେଶ ଅନୁମତି ଦେବାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଏସଏଫ୍ ଦ୍ବାରା ଏହି ଯୋଜନା ହୋଇଥିବା ମମତା କହିଛନ୍ତି। କୋଲକାତାରେ ମୁସଲିମ ମୌଲାନାମାନଙ୍କ ସହ ଏକ ବୈଠକରେ ଟିଏମ୍ସି ମୁଖ୍ୟ କହିଛନ୍ତି ଯେ ୱକଫ୍ ଆଇନ ବିରୋଧୀ ଲଢ଼େଇରେ ତାଙ୍କ ଦଳ ଆଗରେ। ତେବେ ସେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବାପାଇଁ ଅନୁରୋଧ କରିଛନ୍ତି। ମମତା କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀଙ୍କୁ ଏହା ଅନୁରୋଧ କରୁଛି ଯେ ସେ ଅମିତ ଶାହଙ୍କୁ ନିୟନ୍ତ୍ରଣରେ ରଖନ୍ତୁ। ଶାହ ନିଜ ରାଜନୈତିକ ସ୍ବାର୍ଥ ପାଇଁ ଦେଶକୁ କ୍ଷତି ପହଞ୍ଚାଉଛନ୍ତି। ଶାହ କେବେ ବି ପ୍ରଧାନମନ୍ତ୍ରୀ ହୋଇପାରିବେନି ବୋଲି ମମତା କହିଛନ୍ତି। ଗୃହମନ୍ତ୍ରୀ କିଭଳି କେନ୍ଦ୍ରୀୟ ସଂସ୍ଥାଗୁଡ଼ିକର ଅପବ୍ୟବହାର କରୁଛନ୍ତି ତାହା ମୋଦୀ ଦେଖିବା ଉଚିତ ବୋଲି ସେ କହିଛନ୍ତି। ତେବେ ମମତାଙ୍କ ଏଭଳି ବୟାନ ରାଜ୍ୟର ଦଙ୍ଗା ପୀଡ଼ିତଙ୍କ ପ୍ରତି ଅପମାନ ବୋଲି ବିଜେପି କହିଛି। ହିଂସା ଓ ଦଙ୍ଗାର ରାଜନୀତିକୁ ପାଥେୟ କରି ଟିଏମ୍ସି ନିରୀହ ଲୋକଙ୍କ ଉପରେ ଅତ୍ୟାଚାର ଚଳାଇଥିବା କାହାକୁ ଅଛପା ନାହିଁ ବୋଲି ବିଜେପି କହିଛି।
ପଶ୍ଚିମବଙ୍ଗ ହିଂସା ଯୋଜନାବଦ୍ଧ : ମମତା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











