ଜମ୍ମୁ : ଜମ୍ମୁକଶ୍ମୀରରେ ପୁଣି ଆତଙ୍କବାଦୀ ଆକ୍ରମଣ ଆଶଙ୍କା । ଗୁଇନ୍ଦା ସଂସ୍ଥାଗୁଡ଼ିକର ଚେତାବନୀ ପରେ ୪୮ଟି ରିସୋର୍ଟ ଓ ପର୍ୟ୍ୟଟନସ୍ଥଳୀ ବନ୍ଦ କରିଦିଆଯାଇଛି । ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ସୁରକ୍ଷା ଦୃଷ୍ଟିରୁ ଜମ୍ମୁକଶ୍ମୀର ସରକାର ଏହି ପଦକ୍ଷେପ ନେଇଛନ୍ତି ।
ପହଲଗାମ ଆକ୍ରମଣ ପରେ ଉପତ୍ୟକାରେ କିଛି ସ୍ଲିପର ସେଲ୍ ସକ୍ରିୟ ହୋଇଛି ଏବଂ ସେମାନଙ୍କୁ ଅପରେସନ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସୁରକ୍ଷା ବାହିନୀ ଗୁଲମାର୍ଗ, ସୋନମାର୍ଗ ଏବଂ ଡାଲ ଲେକ୍ ଅଞ୍ଚଳ ସମେତ ସମ୍ବେଦନଶୀଳ ପର୍ୟ୍ୟଟନ ସ୍ଥଳଗୁଡ଼ିକରେ ଜମ୍ମୁ ଓ କଶ୍ମୀର ପୋଲିସର ସ୍ୱତନ୍ତ୍ର ଅପରେସନ ଗ୍ରୁପ (ଏସଓଜି) ରୁ ଗଠିତ ଆଣ୍ଟି-ଫିଦାୟୀନ ଦଳ ମୁତୟନ କରିଛନ୍ତି।
କଶ୍ମୀର ମୋଟ ୮୭ଟି ଟୁରିଷ୍ଟ ହବକୁ ପର୍ୟ୍ୟଟକଙ୍କ ପାଇଁ ବନ୍ଦ କରାଯାଇଛି । ବଡ଼ଗାମ ଓ ଅନନ୍ତନାଗରେ ଏକାଧିକ ପର୍ୟ୍ୟଟନ ସ୍ଥଳୀକୁ ବନ୍ଦ କରିଦିଆଯାଇଛି । ଜମ୍ମୁକଶ୍ମୀରର ସ୍ଥାନୀୟ ବାସିନ୍ଦା ପର୍ୟ୍ୟଟନରୁ ରୋଜଗାର କରିଥାଆନ୍ତି । ତେବେ ଆତଙ୍କବାଦୀ ଆକ୍ରମଣ ପରେ ପର୍ୟ୍ୟଟନ ଶିଳ୍ପ ବିଶେଷ ଭାବେ ପ୍ରଭାବିତ ହୋଇଛି ।
ପହଲଗାମ ଆକ୍ରମଣ ପରେ ବଡ ନିଷ୍ପତ୍ତି, ୪୮ ରିସୋର୍ଟ ବନ୍ଦ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











