ବେଲୁଚିସ୍ତାନ : ପାକିସ୍ତାନରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ । ଟ୍ରେନ ଅପହରଣ ସହ ୬ ସେନା ଅଧିକାରୀଙ୍କୁ ହତ୍ୟା ସୂଚନା । ଜାଫର ଏକ୍ସପ୍ରେସ ଟ୍ରେନ ଅପହରଣ କଲେ ଆତଙ୍କବାଦୀ । ଟ୍ରେନରେ ଥିବା ୪୦୦ ଯାତ୍ରୀ ପଣବନ୍ଦୀ ଥିବା ସୂଚନା । ଟ୍ରେନଟି କ୍ବେଟାରୁ ପେଶାୱର ଯାଉଥିଲା ।ସୂଚନା ଅନୁସାରେ ପାକିସ୍ତାନ ରେଳପଥ ଅନ୍ତର୍ଗତ ଜାଫର ଏକ୍ସପ୍ରେସକୁ ବେଲୁଚି ଲିବରେସନ ଆର୍ମି (ବିଏଲଏ)ର ସଶସ୍ତ୍ର ବିଦ୍ରୋହୀମାନେ ବୋଲାନଠାରେ ଅପହରଣ କରିନେଇଥିବା ଦାବି କରିଛନ୍ତି । ଟ୍ରେନଟି କ୍ବେଟାରୁ ପେଶାଓ୍ବର ଯାଉଥିଲା ଓ ଏଥିରେ ପ୍ରାୟ ୪୦୦ ଯାତ୍ରୀ ଥିଲେ ।ଆତଙ୍କବାଦୀମାନେ ଦାବି କରିଛନ୍ତି ଯେ, ସେମାନେ ମହିଳା, ପିଲା ଏବଂ ବାଲୁଚ୍ ଯାତ୍ରୀମାନଙ୍କୁ ମୁକ୍ତ କରିଛନ୍ତି, ବାକି ସମସ୍ତ ବନ୍ଧକ ପାକିସ୍ତାନୀ ସେନାର କର୍ମଚାରୀ । ତେବେ ବାଲୁଚ୍ ଅଧିକାରୀ କିମ୍ବା ରେଳବାଇ ଏପର୍ୟ୍ୟନ୍ତ ଆକ୍ରମଣ ଏବଂ ବନ୍ଧକଙ୍କ ସ୍ଥିତି ଉପରେ କୌଣସି ମନ୍ତବ୍ୟ ଦେଇନାହାଁନ୍ତି । ଯଦି ପାକିସ୍ତାନୀ ସେନା କିଛି କାର୍ୟ୍ୟାନୁଷ୍ଠାନ କରେ, ତେବେ ସମସ୍ତ ବନ୍ଧକକୁ ହତ୍ୟା କରିବାକୁ ଚେତାବନୀ ଦିଆଯାଇଛି । ପାକ୍ ସେନା ଓ ସରକାର ଦାୟୀ ରହିବେ ବୋଲି ବିଏଲଏ କହିଛି ।
ପାକିସ୍ତାନରେ ଟ୍ରେନ ଅପହରଣ କଲେ ଆତଙ୍କବାଦୀ, ଶତାଧିକ ଯାତ୍ରୀ ପଣବନ୍ଦୀ

Facebook
Twitter
LinkedIn
Facebook
Twitter
LinkedIn
Recent News
ବନ୍ଧୁକ ମୁନରେ ଲୁଟ ; ଘରେ ପଶି ହାଣିଲେ , ଲୁଟିନେଲେ ସୁନା ଗହଣା
ଉଦଳା : ଘରେ ପଶି ହାଣିଲେ , ବନ୍ଧୁକ ଦେଖାଇ ଲୁଟିନେଲେ ସୁନା ଗହଣା । କପ୍ତିପଦା ଥାନା ଝିଙ୍କପଦା ଗାଁ ଜଣଙ୍କ ଗରୁ ଲୁଟ ଅଭିଯୋଗ...
ଭୁବନେଶ୍ୱରରେ ୪୭, ୧୨୬ ବୁଲା କୁକୁର
ଭୁବନେଶ୍ୱର : ବିଏମସି ଅଞ୍ଚଳରେ ଅଛନ୍ତି ୪୭, ୧୨୬ ବୁଲା କୁକୁର । ୨୩, ୦୪୭ ଅଣ୍ଡିରା , ୧୫,୫୫୨ ମାଇ କୁକୁର ସହ ୧୧୨୪ଟି ଛୁଆ...
ନବୀନଙ୍କ ସହ ଆଉ ଲୋକ ନାହାନ୍ତି –ତାରା
ଭୁବନେଶ୍ୱର : ବିଜେପି ଓ ବିଜେଡି ବଡ ବେପାରୀ ଦଳ , ଆମେ ଲୋକଙ୍କ ଦଳ କହିଲେ ତାରା । କଂଗ୍ରେସ ପ୍ରାର୍ଥୀ ଆଦିବାସୀ , ସେଠି...
ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...