ନୂଆଦିଲ୍ଲୀ :ହରିୟାଣାର ଲୋକପ୍ରିୟ ୟୁଟ୍ୟୁବର ଜ୍ୟୋତି ମଲହୋତ୍ରା ଗିରଫ । ପାକିସ୍ତାନ ପାଇଁ ଗୁପ୍ତଚରୀ କରୁଥିବା ଅଭିଯୋଗରେ ଗିରଫ । ଜ୍ୟୋତିଙ୍କ ଟ୍ରାଭେଲ ୱିଥ ଜୋ ନାଁରେ ୟୁଟ୍ୟୁବ ଚ୍ୟାନେଲ ଅଛି । ଆଇଏସଆଇ ସହ ଜ୍ୟୋତି ଯୋଗାଯୋଗରେ ଥିବା ଅଭିଯୋଗ । ଜ୍ୟୋତିଙ୍କ ବିରୋଧରେ ପାକିସ୍ତାନୀ ଗୁଇନ୍ଦା ଏଜେଣ୍ଟମାନଙ୍କୁ ସମ୍ବେଦନଶୀଳ ସୂଚନା ଦେବାର ଗମ୍ଭୀର ଅଭିଯୋଗ ରହିଥିବା ଗୁଇନ୍ଦା ସୂତ୍ରରୁ ଜଣାପଡିଛି । ତେବେ ସୂଚନା ଅନୁସାରେ ୨୦୨୩ ମସିହାରେ ଜ୍ୟୋତି ମଲହୋତ୍ରା କମିଶନ ମାଧ୍ୟମରେ ପାକିସ୍ତାନ ଭିସା ପାଇଥିଲେ ଏବଂ ସେ ସେଠାକୁ ଯାଇଥିଲେ । ସେ ପାକିସ୍ତାନ ହାଇକମିଶନରେ କାର୍ୟ୍ୟରତ କର୍ମଚାରୀ ଦାନିଶଙ୍କ ସହ ତାଙ୍କର ଘନିଷ୍ଠ ସମ୍ପର୍କ ଗଢ଼ି ଉଠିଥିଲା । ତାଙ୍କର ପାକିସ୍ତାନୀ ଗୁଇନ୍ଦା ବିଭାଗ ସହିତ ସମ୍ପର୍କ ଆରମ୍ଭ ହୋଇଥିଲା ବୋଲି ସୂଚନା ମିଳିଛି । ଗୁଇନ୍ଦା ସଂସ୍ଥାଗୁଡ଼ିକ ଦାବି କରିଛନ୍ତି ଯେ ଭାରତ ଫେରିବା ପରେ ଜ୍ୟୋତି ପାକିସ୍ତାନୀ ଏଜେଣ୍ଟମାନଙ୍କ ସହିତ ନିରନ୍ତର ଯୋଗାଯୋଗରେ ରହିଥିଲେ । ବିଭିନ୍ନ ମାଧ୍ୟମରେ ସେ ଭାରତ ସହ ଜଡିତ ସମ୍ବେଦନଶୀଳ ସୂଚନା ପାକିସ୍ତାନକୁ ସେୟାର କରିଚାଲିଥିଲେ । ଯାହାକି ଏପ୍ରକାର କାର୍ୟ୍ୟକଳାପ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ପ୍ରତି ବିପଦର ଭୟ ସୃଷ୍ଟି କରୁଛି ।
ପାକିସ୍ତାନ ପାଇଁ ସ୍ପାଏ : ୟୁଟ୍ୟୁବର ଗିରଫ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...