ପ୍ୟାରିସ : ଗୋଟିଏ ଦିନରେ ଭାରତକୁ ୮ ପଦକ । ପଞ୍ଚମ ଦିନରେ ପଦକ ବର୍ଷା । ୨ଟି ସ୍ୱର୍ଣ୍ଣ ସହ ଭାରତକୁ ୮ ପଦକ । ୮ ପଦକରୁ କେବଳ ବ୍ୟାଡମିଣ୍ଟନରେ ମିଳିଛି ସ୍ୱର୍ଣ୍ଣ ସମେତ ୫ ପଦକ । ବ୍ୟାଡମିଣ୍ଟନରେ ନୀତିଶ କୁମାର ଓ ଜାଭେଲିନରେ ସୁମିତ ଅନ୍ତିଲଙ୍କୁ ସ୍ୱର୍ଣ୍ଣ । ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲସରେ ୟାଥିରାଜଙ୍କୁ ରୈାପ୍ୟ । ଯୋଗେଶ କାଠୁନିଆ ରୌପ୍ୟ ଜିତି ପଞ୍ଚମ ଦିନରେ ମେଡାଲର ଶୁଭାରମ୍ଭ କରିଥିବା ବେଳେ ବ୍ରୋଞ୍ଜ ଜିତି ଦିନର ଶେଷ କରିଥିଲେ ନିତ୍ୟା ଶ୍ରୀ। ପଞ୍ଚମ ଦିନରେ ସୁମିତ ଅନ୍ତିଲ ଓ ନିତେଶ କୁମାର ଗୋଲ୍ଡ ଜିତିଛନ୍ତି। ସୁମିତ ଜାଭେଲିନ୍ ଥ୍ରୋରେ ରେକର୍ଡ କରି ହାତେଇଛନ୍ତି ସ୍ବର୍ଣ୍ଣ ପଦକ। ସେହିପରି ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ସ୍ବର୍ଣ୍ଣ ଜିତିଛନ୍ତି ନିତେଶ କୁମାର। ଏବର୍ଷ ଭାରତ ନିଜର ସର୍ବୋତ୍ତମ ପ୍ରଦର୍ଶନ ଆଡକୁ ଗତି କରୁଛି କହିଲେ ଅତ୍ୟୁକ୍ତି ହେବ ନାହିଁ ।
ହରିୟାଣାର ୨୯ବର୍ଷୀୟ ନୀତେଶ ପାରାଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ସିଙ୍ଗଲ୍ସ ଏସ୍ଏଲ୍୩ ବର୍ଗରେ ବ୍ୟାଡମିଣ୍ଟନରେ ଗ୍ରେଟ୍ ବିଟ୍ରେନର ଡାନିୟଲ ବେଥେଲଙ୍କୁ ୨୧-୧୪, ୧୮-୨୧, ୨୩-୨୧ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ପ୍ୟାରିସ ପାରାଲିମ୍ପିକ୍ସ ୨୦୨୪ରେ ସ୍ବର୍ଣ୍ଣ ପଦକ ଜିତିଥିବା ଦ୍ୱିତୀୟ ଭାରତୀୟ ଆଥଲେଟ ହୋଇଛନ୍ତି।
ଲଗାତାର ଭାବେ ଦୁଇ ଦୁଇଟି ପାରାଅଲିମ୍ପିକ୍ସରେ ସ୍ବର୍ଣ୍ଣ ଜିତିବାରେ ଅବନୀ ଲେଖରାଙ୍କ ପରେ ଦ୍ବିତୀୟ ଭାରତୀୟ ଭାବେ ରେକର୍ଡ କରିଛନ୍ତି ପାରା ଅଲିମ୍ପିଆନ୍ ସୁମିତ ଅନ୍ତିଲ। ପ୍ୟାରିସ୍ ପାରାଅଲିମ୍ପିକ୍ସ ଜାଭଲିନ ଥ୍ରୋରେ ୠ୬୪ କାଟେଗୋରୀରେ ଅଂଶଗ୍ରହଣ କରି ସୁମିତ ଏହି ସଫଳତା ପାଇଛନ୍ତି। ନିଜର ପୂର୍ବ ରେକର୍ଡ ଭାଙ୍ଗି ସୁମିତ ପୁଣି ଥରେ ଗୋଲ୍ଡ ଜିତିଛନ୍ତି ।
ଯୋଗେଶ କଥୁନିଆ ଡିସକସ୍ ଥ୍ରୋରେ ଭାରତ ପାଇଁ ରୌପ୍ୟ ପଦକ ଆଣିଛନ୍ତି।ଯୋଗେଶ କଥୁନିୟାଙ୍କ ପ୍ରଥମ ଥ୍ରୋ ୪୨.୨୨ମିଟର ଥିଲା। ଏହା ପରେ ଦ୍ୱିତୀୟ, ତୃତୀୟ, ଚତୁର୍ଥ ଏବଂ ପଞ୍ଚମ ଯଥାକ୍ରମେ ୪୧.୫୦ମିଟର, ୪୧.୫୫ ମିଟର, ୪୦.୩୩ ମିଟର ଏବଂ ୪୦.୮୯ ମିଟର ଥିଲା।
ସେହିପରି ତୀରନ୍ଦାଜୀ ମିକ୍ସଡ ଇଭେଣ୍ଟରେ ରାକେଶ ଓ ଶୀତଲଙ୍କୁ ବ୍ରୋଞ୍ଜ ପଦକ ମିଳିଛି। ଏହାପୂର୍ବରୁ ଟୋକିଓରେ ପାରାଲିମ୍ପିକ୍ସ (ବ୍ରୋଞ୍ଜ) ରେ ଭାରତ ପାଇଁ ତୀରନ୍ଦାଜ ପଦକ ଜିତିଥିଲେ। ଏଥର ଶୀଟାଲ ପ୍ରଥମ ଭାରତୀୟ ମହିଳା ଭାବରେ ତୀରନ୍ଦାଜରେ ପଦକ ଜିତିଛନ୍ତି। ଆଉ ପଞ୍ଚମ ଦିନର ଶେଷରେ ମହିଳା ସଟଲର ନିତ୍ୟାଶ୍ରୀ ବ୍ରୋଞ୍ଜ ହାତେଇଛନ୍ତି।
ପାରାଅଲମ୍ପିକ୍ସରେ ଗୋଟିଏ ଦିନରେ ୮ ପଦକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











