The Ultimate Managed Hosting Platform
ADVERTISEMENT

ପାର୍ସଲ ବୋମା ବିସ୍ଫୋରଣ ;ପୁଞ୍ଜିଲାଲର ବୟାନ ରେକର୍ଡ ଶେଷ

Facebook
Twitter
LinkedIn

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ପାର୍ସଲ ବୋମା ଘଟଣାରେ ଶେଷ ହେଲା ପୁଞ୍ଜିଲାଲଙ୍କ ବୟାନ ରେକର୍ଡ । ତଦନ୍ତକାରୀ ସଂସ୍ଥାର ଦସ୍ତାବିଜ , ସାକ୍ଷୀଙ୍କ ତଥ୍ୟ ଆଧାରରେ ବୟାନ ରେକର୍ଡ ହୋଇଛି । ଅଭିଯୁକ୍ତ ପୁଞ୍ଜିଲାଲକୁ ଏଡିଜେ ୧୪୫ ପ୍ରଶ୍ନ ପଚାରିଥିବା ସୂଚନା ରହିଛି । ଅଧିକାଂଶ ପ୍ରଶ୍ନର ଉତ୍ତରରେ ପୁଞ୍ଜିଲାଲ ନା କହିଲେ । ଆସନ୍ତା ୧୩ରେ ପ୍ରତିପକ୍ଷଙ୍କ ବୟାନ ରେକର୍ଡ ପାଇଁ ପୁଞ୍ଜିଲାଲର ଅପିଲ । ୨୦୧୮ ଫେବ୍ରୁୟାରୀ ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରୀମା ଆସିଥିବା ଏକ ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା । ଘଟଣାସ୍ଥଳରେ ସୌମ୍ୟଶେଖରଙ୍କ ଜେଜେ ମା’ଙ୍କ ମୃତ୍ୟୁ ହୋଇଥିଲା । ଗୁରୁତର ଅବସ୍ଥାରେ ସୌମ୍ୟଶେଖର ଓ ରୀମାଙ୍କୁ ବଲାଙ୍ଗିର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସୌମ୍ୟଶେଖରଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ରୀମାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଏହି ଘଟଣାକୁ ନେଇ ପ୍ରଥମେ ପାଟଣାଗଡ଼ ଥାନା ପୋଲିସ ଓ ପରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରିଥିଲା । ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫ରେ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login