କଟକ : ପିସିଆରକୁ ଚାପିଦେଲା ଟ୍ରକ । ୨ ପୋଲିସ କର୍ମଚାରୀଙ୍କ ଚାଲିଗଲା ଜୀବନ । କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ଘଟିଛି ଦୁର୍ଘଟଣା । ସିଆରଆରଆଇ ଥାନା ପିସିଆର ପାଟ୍ରୋଲିଂ ବେଳେ ଚାପିଦେଲା ଟ୍ରକ । ଜଣେ ଓଏପିଏଫ ଯବାନଙ୍କ ସହ ହୋମଗାର୍ଡଙ୍କ ଜୀବନ ଯାଇଛି । ଜଣେ ଗୁରୁତର ପୋଲିସ କର୍ମଚାରୀଙ୍କୁ ଏସସିବିରେ ଭର୍ତ୍ତି କରାଯାଇଛି । ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକସନ୍ତପ୍ତ ପରିବାରକୁ ଜଣାଇଲେ ସମବେଦନା । ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଆଜି ସକାଳୁ ସିଆରଆରଆଇ ଥାନା ପିସିଆର ପାଟ୍ରୋଲିଂ ବେଳେ କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ପୋଲିସ ପିସିଆରକୁ ଏକ ଟ୍ରକ ଚାପିଦେଇଥିଲା । ଫଳରେ ଘଟଣାସ୍ଥଳରେ ଜଣେ ଓଏପିଏଫ୍ ଯବାନଙ୍କ ସହ ହୋମଗାର୍ଡଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ଦୁର୍ଘଟଣାରେ ଗୁରୁତର ଜଣେ ପୋଲିସ କର୍ମଚାରୀଙ୍କୁ ଏସସିବି ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଟ୍ରକ ଡ୍ରାଇଭରକୁ ଅଟକ ରଖି ପୋଲିସ ଛାନଭିନ୍ ଚଳାଇଛି।
ପିସିଆରକୁ ଚାପିଦେଲା ଟ୍ରକ: ୨ ପୋଲିସ କର୍ମଚାରୀଙ୍କ ଚାଲିଗଲା ଜୀବନ, ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn
Facebook
Twitter
LinkedIn
Recent News
୧୪ ଦେଶକୁ ଟ୍ରମ୍ପଙ୍କ ଟାରିଫ ମାଡ
ନୂଆଦିଲ୍ଲୀ : ୧୪ ଟି ଦେଶ ଉପରେ ନୂଆ ଟାରିଫ ପ୍ଲାନ ଘୋଷଣା । ଅଗଷ୍ଟ ୧ ତାରିଖରୁ ଲାଗୁ ହେବ ନୂଆ ଟାରିଫ ।େ୧୪ ଦେଶକୁ...
ପୁଣି ମନମୋହନ ହେଲେ ରାଜ୍ୟ ବିଜେପି ସଭାପତି
ଭୁବନେଶ୍ୱର : ସର୍ବ ସହମତିରେ ନିଦ୍ୱର୍ନ୍ଦରେ ନିର୍ବାଚିତ ହେଲେ ମନମୋହନ । ବିଜେପି ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁ ଘୋଷଣା । ବିଧିବଦ୍ଧ ଭାବେ ଘୋଷଣା...
ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷୁଛି । ଆହୁରି...
୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ
ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...