ନୂଆପଡା : ନୂଆପଡାରେ ରକ୍ତମୁଖା ବାଘ , ମହିଳାଙ୍କୁ ମାରି ଖାଇଲା । ସଦର ରେଞ୍ଜ ଧରମବନ୍ଧା ସେକ୍ସନରେ କଲରାପତରିଆ ବାଘ ଆତଙ୍କ । ସିଲିଆରିବାହାରା ଗାଁ ଜଙ୍ଗଲରେ ମହିଳାଙ୍କୁ ମାରି ଖାଇଲା । ଗତକାଲି ମହିଳା ଜଣକ ଜଙ୍ଗଲକୁ ଯାଇ ଆଉ ଫେରି ନ ଥିଲେ । ଆଜି ମହିଳାଙ୍କୁ ବାଘ ମାରି ଖାଉଥିବା ଲୋକେ ଦେଖିଥିଲେ । ପୂର୍ବରୁ ଜଣେ ନାବାଳକକୁ ମାରି ଖାଇଥିଲା କଲରା ପତରିଆ ବାଘ । ସଂଧ୍ୟାରେ ଦାଣ୍ଡରେ ଖେଳୁଥିବା ଜଣେ ୬ ବର୍ଷର ନାବାଳକକୁ ବାଘ ଟାଣି ନେଇ ମାରିଦେଇଥିଲେ। ଗୋଧସପଡ଼ାରେ ସୋମବାର ସଂଧ୍ୟାରେ ୩ରୁ ୪ ଜଣ ନାବାଳକ ଏକାଠି ଖେଳୁଥିଲେ। ଏହି ସମୟରେ ହଠାତ୍ ୨ଟି ବାଘ ଆସି ହୁମନ ଧରୁଆଙ୍କ ୬ ବର୍ଷର ପୁଅ ଡମ୍ବରୁକୁ ଟାଣି ନେଇଥିଲେ। ଏହା ଜାଣିବା ପରେ ଗ୍ରାମବାସୀ ଠେଙ୍ଗାବାଡ଼ି ଧରି ଗୋଡ଼ାଇଥିଲେ। ଫଳରେ ୨ଶହ ମିଟର ଦୂରରେ ଏକ ପଥର ଚଟାଣରେ ନାବାଳକକୁ ଛାଡ଼ି ବାଘଦ୍ବୟ ପଳାଇ ଯାଇଥିଲେ। ଗ୍ରାମବାସୀ ପହଞ୍ଚିବାର କିଛି ସମୟରେ ପରେ ନାବାଳକର ମୃତ୍ୟୁ ହୋଇ ଯାଇଥିଲା। ଖବର ପାଇ ବନ କର୍ମଚାରୀମାନେ ମଧ୍ୟରେ ଗାଁରେ ପହଞ୍ଚି ମୃତଦେହ ନେଇ ନୂଆପଡ଼ା ଡାକ୍ତରଖାନାକୁ ଆସିଥିବା ଜଣାଯାଇଛି। ଗ୍ରାମବାସୀଙ୍କ କହିବା ଅନୁସାରେ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ବାଘ ଥିଲେ।
ପୁଣି ମଣିଷ ଖାଇଲା ବାଘ

Facebook
Twitter
LinkedIn
Facebook
Twitter
LinkedIn
Recent News
ବନ୍ଧୁକ ମୁନରେ ଲୁଟ ; ଘରେ ପଶି ହାଣିଲେ , ଲୁଟିନେଲେ ସୁନା ଗହଣା
ଉଦଳା : ଘରେ ପଶି ହାଣିଲେ , ବନ୍ଧୁକ ଦେଖାଇ ଲୁଟିନେଲେ ସୁନା ଗହଣା । କପ୍ତିପଦା ଥାନା ଝିଙ୍କପଦା ଗାଁ ଜଣଙ୍କ ଗରୁ ଲୁଟ ଅଭିଯୋଗ...
ଭୁବନେଶ୍ୱରରେ ୪୭, ୧୨୬ ବୁଲା କୁକୁର
ଭୁବନେଶ୍ୱର : ବିଏମସି ଅଞ୍ଚଳରେ ଅଛନ୍ତି ୪୭, ୧୨୬ ବୁଲା କୁକୁର । ୨୩, ୦୪୭ ଅଣ୍ଡିରା , ୧୫,୫୫୨ ମାଇ କୁକୁର ସହ ୧୧୨୪ଟି ଛୁଆ...
ନବୀନଙ୍କ ସହ ଆଉ ଲୋକ ନାହାନ୍ତି –ତାରା
ଭୁବନେଶ୍ୱର : ବିଜେପି ଓ ବିଜେଡି ବଡ ବେପାରୀ ଦଳ , ଆମେ ଲୋକଙ୍କ ଦଳ କହିଲେ ତାରା । କଂଗ୍ରେସ ପ୍ରାର୍ଥୀ ଆଦିବାସୀ , ସେଠି...
ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...