ପୁରୀ : ଶ୍ରୀଜିଉଙ୍କ ସୁନାବେଶ ଦେଖିବାକୁ ପୁରୀରେ ଭକ୍ତଙ୍କ ପ୍ରବଳ ସମାଗମ । ପୁରୀକୁ ଅଧିକ ଭକ୍ତଙ୍କ ଆଗମମନ ଯୋଗୁଁ ସତର୍କ କରାଇଲା ଓଡିଶା ପୋଲିସ । ସହରରେ ଥିବା ପାର୍କିଂ ସ୍ଥାନଗୁଡିକ ପ୍ରାୟ ଭର୍ତ୍ତି ହୋଇ ସାରିଛି । ଉପଲବ୍ଧତା ଅନୁସାରେ ଏବେ ତାଳବଣିଆ ଓ ଷ୍ଟର୍ଲିଂରେ କରାଯାଉଛି ପାର୍କିଂ । ବାଟଗାଁ, ମାଳତୀପାଟପୁରରେ ଶ୍ରଦ୍ଧାଳୁଙ୍କୁ ଅଧିକ ସମୟ ଅପେକ୍ଷା କରିବାକୁ ପଡିପାରେ । ସୂଚନାକୁ ଧ୍ୟାନରେ ରଖି ପୁରୀ ଆସିବାକୁ ଓଡିଶା ପୋଲିସର ନିଦେ୍ର୍ଦଶ ।
ଆଜି ସନ୍ଧ୍ୟାଅପରାହ୍ନ ୫ଟାରୁ ୬ଟା ୩୦ ମଧ୍ୟରେ ଠାକୁର ମାନଙ୍କୁ ସୁନାବେଶରେ ସଜ୍ଜିତ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ରାତି ୧୧ଟା ପର୍ୟ୍ୟନ୍ତ ଭକ୍ତ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ ବୋଲି ମଧ୍ୟ ପ୍ରଶାସନ ନିଷ୍ପତ୍ତି ନେଇଛି । ବେଶ ଓଲାଗି ପରେ ବଡସିଂହାର ବେଶ ଓ ରାତ୍ର ପହୁଡ ହେବ । ସୁନାବେଶ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ମାର୍କେଟ ଛକରୁ ଵ୍ୟାରିକେଡ଼ କରାଯାଇଛି । ଶ୍ରଦ୍ଧାଳୁ ମାର୍କେଟ ଛକରୁ ଵ୍ୟାରିକେଡ୍ରେ ଆସି ବେଶ ଦେଖିବା ପରେ ତିନିରଥ ପଛପଟ ରାସ୍ତା ଦେଇ ପ୍ରସ୍ଥାନ କରିବାର ବ୍ୟବସ୍ତା କରାଯାଇଛି । ଶ୍ରୀଜିଉଙ୍କର ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ୟରେ ସୁନାବେଶ ଅର୍ଥାତ ବଡତଢାଉ ବେଶ ଅନ୍ୟତମ ।
ପୁରୀରେ ପ୍ରବଳ ଭିଡ : ସତର୍କ କଲା ପୋଲିସ

Facebook
Twitter
LinkedIn
Facebook
Twitter
LinkedIn
Recent News
ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି
ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...
ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...
ବଜ୍ରାଘାତରେ ଚାଲିଗଲା ୨ ଚାଷୀଙ୍କ ଜୀବନ
ଚାନ୍ଦବାଲି : ବଜ୍ରାଘାତ ଘଟି ଦୁଇ ଚାଷୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।...
ରାଜ୍ୟ ସଭାପତି ପାଇଁ ନାମାଙ୍କନ ଭରିଲେ ମନମୋହନ
ଭୁବନେଶ୍ୱର : ରାଜ୍ୟ ସଭାପତି ପାଇଁ ନାମାଙ୍କନ ଭରିଲେ ମନମୋହନ ସାମଲ । ତେବେ ନିର୍ଦ୍ଧାରିତ ସମୟରେ ଆଉ କେହି ନାମାଙ୍କନ ଭରି ନଥିବାରୁ ମନମୋହନ ଏକମାତ୍ର...