ପୁରୀ : ପୁରୀ ଅଘଟଣରେ ମୃତ ଶ୍ରଦ୍ଧାଳୁଙ୍କ ପରିବାର ଲୋକଙ୍କୁ ୨୫ ଲକ୍ଷ ସହାୟତା ରାଶି ଘୋଷଣା । ସହାୟତା ରାଶି ଘୋଷଣା କଲା ରାଜ୍ୟ ସରକାର । ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ।ପୁରୀର ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ବେଳେ ଆଜି ଭୋର୍ରୁ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। ଏହା ସହିତ ପୁରୀ ଜିଲ୍ଲାପାଳ ସିର୍ଦ୍ଧାର୍ଥ ସ୍ବାଇଁ ଓ ଏସ୍ପି ବିନିତ ଅଗ୍ରୱାଲଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲ୍ଲାପାଳ ଭାବେ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବାବେଳେ ନୂତନ ଏସ୍ ପି ଭାବେ ଶ୍ରୀ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆଯାଇଛି। ସେହିପରି ବରିଷ୍ଠ ଆଇଏଏସ୍ ଅଧିକାରୀ ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ବ ଦିଆଯାଇଛି।
ପୁରୀ ଅଘଟଣ ; ୨୫ ଲକ୍ଷ ଲେଖାଏଁ ସହାୟତା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











