The Ultimate Managed Hosting Platform
ADVERTISEMENT

ପୁରୀ ହେବ ମହାନଗର ନିଗମ-ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ପୁରୀ : ପୁରୀ ପୈାରପାଳିକାକୁ ମହାନଗର ନିଗମ କରାଯିବ । ପ୍ରେସମିଟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା । ପୁରୀ ସହରକୁ ନୂଆ ଢାଞ୍ଚାର ଆବଶ୍ୟକତା ରହିଛି । କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଓ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ନିଷ୍ପତ୍ତି । ନିକଟବର୍ତ୍ତୀ ପଞ୍ଚାୟତ ସହରର ଅଂଶବିଶେଷ ହେବ । ପୁରୀ ପୈାରପାଳିକା ଲୋକଙ୍କୁ ମୈାଳିକ ସୁବିଧା ଯୋଗାଇବାରେ ଅସମର୍ଥ । ପୁରୀରେ ବିଶ୍ବସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ପାଠାଗାର ଓ ଗବେଷଣା କେନ୍ଦ୍ର ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପୁରୀ ଆଉ ପୌରାଞ୍ଚଳରେ ସୀମିତ ରହିବ ନାହିଁ। ଏହାର କଳେବର ବୃଦ୍ଧି ପାଇବ। ଶ୍ରୀ ଜଗନ୍ନାଥ ସଂସ୍କୃତି, କିମ୍ବଦନ୍ତୀ ଓ ଇତିହାସର ପ୍ରଚାର ପ୍ରସାର ହେବ। ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ। ନାଗରିକମାନଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ସାଙ୍ଗକୁ, ବହୁବିଧ ସେବା, ପର୍ୟ୍ୟଟକଙ୍କ ଚର୍ଚ୍ଚା ଦ୍ୱାରା ଏକ ବିରାଟ ସକାରାତ୍ମକ ପରିବର୍ତ୍ତନ ନେଇ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login