ନୂଆଦିଲ୍ଲୀ : କାଶ୍ମୀର ପୁଲୱାମାରେ ଏନକାଉଣ୍ଟର । ଜଣେ ଆତଙ୍କବାଦୀ ନିପାତ । ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିପାତ । ଆଉ ୨ ଆତଙ୍କବାଦୀ ଲୁଚି ରହିଥିବା ସନେ୍ଦହ । ସର୍ଚ୍ଚ ଅପରେସନ ଜାରି । କାଶ୍ମୀରରେ ୪୮ ଘଣ୍ଟା ମଧ୍ୟରେ ୨ୟ ଏନକାଉଣ୍ଟର । ଗୁରୁବାର ସକାଳେ ଜମ୍ମୁ ଓ କାଶ୍ମୀରର ପୁଲଓ୍ଵାମା ଜିଲ୍ଲାର ତ୍ରାଲ ଅଞ୍ଚଳର ନଦୀର ଗାଁରେ ସୁରକ୍ଷା ବାହିନୀ ସହ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛି । ଏହି ଅଞ୍ଚଳରେ ଜୈଶ-ଏ-ମହମ୍ମଦ ସଂଗଠନର ଆହୁରି ଦୁଇରୁ ତିନି ଜଣ ଆତଙ୍କବାଦୀ ଫସି ରହିଥିବା ଆଶଙ୍କା କରାଯାଇ ଅପରେସନ ଚାଲିଥିଲା । ସୂଚନାଯୋଗ୍ୟ, ଏହା ପୂର୍ବରୁ ମଙ୍ଗଳବାର ଶୋପିଆନ ଜିଲ୍ଲାର କେଲର ଅଞ୍ଚଳରେ ସୁରକ୍ଷା ବାହିନୀ ଏକ ଅପରେସନରେ ଲସ୍କର-ଏ-ତୋଇବାର ତିନି ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ । ଜମ୍ମୁ କଶ୍ମୀରରେ ଆତଙ୍କୀ ବିରୋଧରେ ସୈନ୍ୟ ଅଭିଯାନ ଜାରି ରହିଛି । ସୋପିଆନ ସମେତ ବିଭିନ୍ନ ସ୍ଥାନରେ ଆତଙ୍କୀ ସନ୍ଧାନ କରୁଛି ସେନା । ମଙ୍ଗଳବାର ସକାଳେ ଏକ ଅଭିଯାନରେ ଲସ୍କର-ଏ-ତୋଏବାର ଆତଙ୍କୀକୁ ଘେରାବନ୍ଦି କରାଯାଇଛି ।
ପୁଲୱାମାରେ ଟଳିଲା ଆତଙ୍କୀ, ସର୍ଚ୍ଚ ଅପରେସନ ଜାରି

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...