ଭୁବନେଶ୍ୱର : ‘ପୁଷ୍କରା’କୁ ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ପୁରସ୍କାର ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ । ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ପୁରସ୍କାର ମିଳିଥିବାରୁ ଶୁଭେଚ୍ଛା ଜଣାଇଲେ । ପୁଷ୍କରା ଚଳଚ୍ଚିତ୍ର ତଥା ଏହା ସହ ଜଡିତ ବ୍ୟକ୍ତିବିଶେଷଙ୍କୁ ଶୁଭେଚ୍ଛା ଜଣାଇଲେ । ଓଡିଆ ଚଳଚ୍ଚିତ୍ର ଜଗତ ଏପରି ଉ୍ତ୍ତମ ଚଳଚ୍ଚିତ୍ର ନିର୍ମାଣ ନେଇ କାମନା କଲେ । ତରଙ୍ଗ ସିନେ ପ୍ରଡକ୍ସନ୍ସ ବ୍ୟାନର୍ରେ ପ୍ରସ୍ତୁତ ‘ପୁଷ୍କରା’ର ନିର୍ଦ୍ଦେଶନା ଶୁଭ୍ରାଂଶୁ ଦାଶ ଦେଇଥିବା ବେଳେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ ଅଭିନେତା ସବ୍ୟସାଚୀ ମିଶ୍ର। ଚଳଚ୍ଚିତ୍ରର ଅନ୍ୟାନ୍ୟ ଭୂମିକାରେ ସୁପ୍ରିୟା ନାୟକଙ୍କ ସହ ଚୌଧୁରୀ ବିକାଶ ଦାସ, ଅଶ୍ରୁମୋଚନ ମହାନ୍ତି, ତ୍ରିଭୁବନ ପଣ୍ଡା, ଅଳକା ଶତପଥୀ, ରବି ମିଶ୍ର ଓ ଶଙ୍କର ପ୍ରଧାନ ଅଭିନୟ କରିଥିଲେ। ଚଳଚ୍ଚିତ୍ରର କାହାଣୀ ଲେଖକ ଶଙ୍କର ତ୍ରିପାଠୀଙ୍କ ଦ୍ୱାରା ୨୦୦୪ ମସିହାରେ ରଚିତ ଉପନ୍ୟାସ ‘ନାଦବିନ୍ଦୁ’ ଉପରେ ଆଧାରିତ ‘ପୁଷ୍କରା’। ଏଥିରେ ‘ପୁଷ୍କରା’ ପରମ୍ପରାକୁ ବଡ଼ ପରଦାରେ ପ୍ରଦର୍ଶିତ କରାଯାଇଥିଲା। ପୁରୀର ଜାଗାଘର, ସାହିଯାତ ଓ ଡଙ୍ଗାଭସା ଭଳି ମୌଳିକ ପରମ୍ପରାକୁ ପରଦାରେ ନିଖୁଣ ଶୈଳୀରେ ଉପସ୍ଥାପିତ କରାଯାଇଥିଲା। ଉପନ୍ୟାସ ‘ନାଦବିନ୍ଦୁ’ ଆଧାରରେ ନିର୍ମିତ ଏହି ଚଳଚ୍ଚିତ୍ର ପୁଣିଥରେ ଓଡ଼ିଆ ସିନେମା ଓ ସାହିତ୍ୟରେ ହଜିଯାଇଥିବା ସମ୍ପର୍କକୁ ଫେରାଇ ଆଣିବାରେ ସକ୍ଷମ ହୋଇଥିଲା।
‘ପୁଷ୍କରା’କୁ ପୁରସ୍କାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...