ଜଗତସିଂହପୁର : ବସନ୍ତ କୁମାର ବିଶ୍ବାଳ ସ୍ମୃତି କମିଟି ପକ୍ଷରୁ ଓଡିଶାର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବସନ୍ତ କୁମାର ବିଶ୍ଵାଳଙ୍କ ବିଂଶତମ ଶ୍ରାଦ୍ଧଉତ୍ସଵ ଆଜି ଦିବା ୧୧ ଟା ସମୟରେ ସ୍ଥାନୀୟ ଆଦିକବି ଶାରଳା ଦାସ ସଂସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ସ୍ମୃତି କମିଟିର ସଭାପତି ରବିନ୍ଦ୍ର ନାଥ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶ୍ରାଦ୍ଧଉତ୍ସଵରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ପୋୖରାଧକ୍ଷ୍ୟା ଅର୍ଚନା ସିଂହ,ମୁଖ୍ୟବକ୍ତା ଭାବେ ବିଶିଷ୍ଟ ସମାଜସେବୀ ବିନାୟକ ପଟନାୟକ ଯୋଗଦେଇଥିଲେ । ଅନ୍ୟତମ ସମ୍ନାନିତ ଅତିଥିଭାବେ ଏହି କାର୍ୟ୍ୟକ୍ରମରେ ଜିଲ୍ଲା କଂଗ୍ରେସ କମିଟି ସଭାପତି ନଟବର ବାରିକ, ଜଗତସିଂହପୁର ପୂର୍ବତନ ପୌରାଧ୍ୟକ୍ଷ ବିପ୍ଳବ ଚୌଧୁରୀ, ଇଂ ନଳିନୀ କୁମାର ସ୍ଵାଇଁ, ହେମନ୍ତ କୁମାର ରଥ ପ୍ରମୁଖ ଯୋଗଦେଇ କର୍ମବୀର ବସନ୍ତ ବିଶ୍ବାଳଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ସକାଳ ଆଠଘଟିକା ସମୟରେ ସ୍ମୃତି କମିଟି ପକ୍ଷରୁ ସ୍ଥାନୀୟ କଲେଜ ଛକ ସ୍ଥିତ ଗଣେଶ ମନ୍ଦିର ଘାଟରେ ତିଲତର୍ପଣ ଓ ଜିଲ୍ଲାପାଳଙ୍କ କାର୍ୟ୍ୟଳୟ ଫାଟକ ସମ୍ମୁଖରେ ଥିବା ସ୍ୱର୍ଗତ ବସନ୍ତ ବିଶ୍ବାଳଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ଓ ପରେ ସଂସ୍କୃତି ଭବନରେ ଦିବା ୧୧ ଘଟିକା ସମୟରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ନଗର କଂଗ୍ରେସ ସଭାପତି ଅଭୟ କୁମାର ମହାନ୍ତି ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଯୁବ ନେତା ପ୍ରଦୀପ୍ତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ବସନ୍ତ ବାବୁ ଜଣେ ସାହସୀ, କର୍ମଯୋଗୀ, ନିଷ୍ଠାବାନ ବ୍ୟକ୍ତି ଥିଲେ ବୋଲି ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଥିଲେ। ଆଧୁନିକ ଯୁଗର ନିର୍ମାତା ଯୁବ ପିଢିଙ୍କ ଆଦର୍ଶ ବୋଲି ପୂର୍ବତନ ପୌରାଧକ୍ଷ ଶ୍ରୀଯୁକ୍ତ ବିପ୍ଳବ ଚୌଧୁରୀ ତାଙ୍କ ବକ୍ତବ୍ୟରେ କହିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତିବିଶେଷମାନଙ୍କୁ ବସନ୍ତ ବିଶ୍ୱାଳ ସ୍ମୃତି କମିଟି ପକ୍ଷରୁ ବସନ୍ତ କୁମାର ବିଶ୍ବାଳ ସ୍ମୃତି ସମ୍ମାନରେ ସମ୍ମାନିତ କରାଯାଇଥିଲା।
ପୂର୍ବତନ ଉପମୁଖ୍ୟମନ୍ତ୍ରୀ ବସନ୍ତ ବିଶ୍ବାଳଙ୍କ ବିଂଶତମ ଶ୍ରାଦ୍ଧ ବାର୍ଷିକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











