ଯାଜପୁର ; ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣ ଘଟଣାରେ ୪ ଗିରଫ । ଆରୁହା ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରେ ଆକ୍ରମଣ କରିଥିଲେ ଦୁର୍ବୃତ୍ତ । ମା’ ହିଙ୍ଗୁଳା ଯଜ୍ଞରେ ଯୋଗଦେବା ପାଇଁ ଯିବାବେଳେ ଏହି ଘଟଣା ଦେଖିବାକୁ ମିଳିଥିଲା । ଏହି ଘଟଣାରେ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଧର୍ମଶାଳା ପୋଲିସ ।ସୂଚନା ଅନୁସାରେ ୧୩ତାରିଖ ଦିନ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ଧର୍ମଶାଳା ବ୍ଲକର ଆରୁହା ଗ୍ରାମରେ ହେଉଥିବା ହିଙ୍ଗୁଳା ଯଜ୍ଞକୁ ମା’ଙ୍କ ଦର୍ଶନ କରିବାକୁ ନିଜର ସମର୍ଥକ ମାନଙ୍କ ସହ ଯାଉଥିଲେ । କିନ୍ତୁ ଯଜ୍ଞକୁ ଯିବା ପୂର୍ବରୁ କିଛି ଲୋକ ଠେଙ୍ଗା ବାଡି ଧରି ପ୍ରଣବଙ୍କୁ ଅଟକାଇବା ସହ ତାଙ୍କ ଗାଡ଼ି ଉପରକୁ ଆକ୍ରମଣ କରିଥିଲେ । ଫଳରେ ସେଠାରେ କିଛି ସମୟ ପାଇଁ ଉତ୍ତେଜନା ଦେଖିବାକୁ ମିଳିଥିଲା । ତେବେ ପ୍ରଣବଙ୍କୁ ଅଟକାଇବାକୁ ଆସିଥିବା କିଛି ବ୍ୟକ୍ତି ଠେଙ୍ଗାରେ ପ୍ରଣବଙ୍କ ଗାଡିକୁ ପିଟିବା ଫଳରେ ତାଙ୍କ ଗାଡିର ବନେଟ୍ ଚେପା ହୋଇଯାଇଥିଲା । ପୂର୍ବତନ ବିଧାୟକଙ୍କ ସମର୍ଥକ ମାନେ ମଧ୍ୟ ଆହତ ହୋଇଥିଲେ । ଘଟଣାସ୍ଥଳରେ ଜେନାପୁର ପୋଲିସ ପହଞ୍ଚିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା ।
ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣ ଘଟଣାରେ ୪ ଗିରଫ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











