ଭୁବନେଶ୍ୱର : ଖଲ୍ଲିକୋଟର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି ଲେଖିଛନ୍ତି, ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବଡ଼ ଯୋଗଦାନ ରହିଛି। ଖଲିକୋଟ ଓ କବିସୂର୍ୟ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୦ଥର ବିଧାୟିକା ଭାବେ ପ୍ରତିନିଧିତ୍ୱ କରି ଜନସେବାରେ ସେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି। ଏହା ଏକ ଅପୂରଣୀୟ କ୍ଷତି। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। ରାଜ୍ୟପାଳ ରଘୁବର ଦାସ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି । ସେହିପରି କେନ୍ଦ୍ର ଶିକ୍ଷୀ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ , ଜୟନାରାୟଣ ମିଶ୍ର , ବରିଷ୍ଠ ନେତା ଜୟ ନାରାୟଣ ମିଶ୍ର ଶୋକ ପ୍ରକାଶ କରିଛନ୍ତି ।
ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











